Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ରଥଖଳାରେ ହାତାହାତି ହେଲେ ୨ ସେବାୟତ, ଅଧଘଣ୍ଟା ଅଟକିଲା କାର୍ଯ୍ୟ

4/06/2021 at 12:54 PM

ପୁରୀ, ୦୪/୦୬ : ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥଖଳା ଚଳଚଞ୍ଚଳ । ତତ୍ପର ସେବାୟତ । କିନ୍ତୁ ରଥଖଳାରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ। କୌଣସି କାରଣକୁ ନେଇ ଦୁଇ ବିଶ୍ଵକର୍ମା ସେବାୟତ ହାତାହାତି ହୋଇଛନ୍ତି।

ସେବାୟତ ଦ୍ୱୟ କେଉଁ କାରଣରୁ ହାତାହାତି ହେଲେ ତାହା ସ୍ପଷ୍ଟ ହୋଇପାରି ନାହିଁ । ହାତାହାତି ହୋଇଥିବା ଦୁଇ ସେବାୟତ ହେଉଛନ୍ତି ନନ୍ଦିଘୋଷ ରଥର ମୁଖ୍ୟ ବିଶ୍ଵକର୍ମା ବିଜୟ ମହାପାତ୍ର ଓ ସହଯୋଗୀ ମହାରଣା ରମେଶ ମହାପାତ୍ର।

ଏଭଳି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବା ଯୋଗୁଁ ପ୍ରାୟ ଅଧ ଘଣ୍ଟା ପାଇଁ ରଥନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ତେବେ ରଥଖଳାରେ ଏଭଳି ହାତାହାତି ହେବା ଘଟଣ ନିନ୍ଦନୀୟ ବୋଲି ସର୍ବସାଧାରଣରେ ଆଲୋଚନା ।

   Related Posts