Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

‘ବୁଲ୍‌ବୁଲ୍’ ତାଣ୍ଡବରେ ଧ୍ବସ୍ତବିଧ୍ବସ୍ତ ଚାନ୍ଦବାଲି ବ୍ଲକ୍ : ସ୍ଥିତି ଅନୁଧ୍ୟାନ କଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି ଏବଂ ଉପ-ଜିଲ୍ଲାପାଳ

10/11/2019 at 5:15 PM

ଚାନ୍ଦବାଲି ୧୦।୧୧: ବାତ୍ୟା ‘ବୁଲବୁଲ’ ତାଣ୍ଡବରେ ଧ୍ବସ୍ତବିଧ୍ବସ୍ତ ହୋଇଛି ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକ୍ । ଆଜି କେନ୍ଦ୍ରାଞ୍ଚଳ ଆରଡ଼ିସି ଏବଂ ଉପଜିଲ୍ଲାପାଳ ଚାନ୍ଦବାଲି ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି । ବ୍ଲକ୍ କାର୍ଯ୍ୟାଳୟରେ ବିଜୁଳି, କୃଷି, ପାନୀୟ ଜଳ, ରାଜସ୍ବ ବିଭାଗ, ସ୍ବାସ୍ଥ୍ୟ, ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀମାନଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରିଛନ୍ତି ।

ଦିନେ ଦୁଇ ଦିନ ଭିତରେ ବିଜୁଳି ସଂଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ରାସ୍ତାରେ ପଡିଥିବା ଗଛ ଗୁଡିକୁ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଆରଡିସି । ଆରଆଇ ଓ ତହସିଲଦାରଙ୍କୁ ପ୍ରତି ପଞ୍ଚାୟତରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି ।

୭ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବେ କ୍ଷେତ୍ର ପରିଦର୍ଶନରେ ଯାଇଥିବା ଅଧିକାରୀ । ଚାଷ କାର୍ଯ୍ୟରେ ବ୍ୟାପକ କ୍ଷତି ହୋଇଥିବାରୁ କୃଷି ବିଭାଗ ୩ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଆରଡିସି ନିର୍ଦ୍ଦେଶ ଦେଇଛନ୍ତି ।

   Related Posts