Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଦେଶରେ ୧.୧୨ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୫୬୦୯ ପଜିଟିଭ୍

21/05/2020 at 10:22 AM

ନୂଆଦିଲ୍ଲୀ ୨୧।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୧୨ ହଜାର ଅତିକ୍ରମ କରିସାରିଛି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ବର୍ତ୍ତମାନ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ହେଉଛି ୧ ଲକ୍ଷ ୧୨ ହଜାର ୩୫୯ । ଏଥିମଧ୍ୟରୁ ୩୪୩୫ ଲୋକ ପ୍ରାଣ ହରାଇଛନ୍ତି । ଏହା ଏକ ଆଶ୍ବସ୍ତିକର ବିଷୟ ଯେ କରୋନାରୁ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ୪୫ ହଜାର ୨୯୯ ଲୋକ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ୬୩ ହଜାର ୬୨୪ ଆକ୍ଟିଭ୍ କେସ୍ ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ୫୬୦୯ଜଣ କରୋନା ସଂକ୍ରମିତ ହୋଇଛନ୍ତି । ଏହାସହ ୧୩୨ ଜଣଙ୍କର ମୃତ୍ୟୁ ହୋଇଛି । ଗତ କିଛି ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ୫ ହଜାର ଅତିକ୍ରମ କରୁଛନ୍ତି । ବୁଧବାର ମଧ୍ୟ ୫୬୧୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୦ ଜଣଙ୍କର ମୃତ୍ୟୁ ହୋଇଥିଲା ।

ମହାରାଷ୍ଟ୍ର ଏବଂ ଗୁଜୁରାଟ ପରେ ତାମିଲନାଡୁରେ ଏହି ସଂକ୍ରମଣ ଦ୍ରୁତ ଗତିରେ ବଢିବାରେ ଲାଗିଛି ।  ମହାରାଷ୍ଟ୍ରର ସର୍ବାଧିକ ୩୯ ହଜାର ୨୯୭ ସଂକ୍ରମିତ ହୋଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୨୨୫୦ ଜଣ ସଂକ୍ରମିତ ହୋଇଥିଲେ । ଗୁଜୁରାଟରେ ମୋଟ୍ ୧୨ ହଜାର ୫୩୯ ସଂକ୍ରମିତ ହୋଇଛନ୍ତି । ୨୪ ଘଣ୍ଟାରେ ୩୯୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତାମିଲନାଡୁରେ ଗୁଜୁରାଟରୁ ୧୩ ହଜାର ୧୯୧ରୁ ଅଧିକ ସଂକ୍ରମିତ ହୋଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ୭୪୩ ସଂକ୍ରମିତ ହୋଇଛନ୍ତି ।

ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାରରୁ ଅଧିକ ରହିଛି । ଏପର୍ଯ୍ୟନ୍ତ ଏଠାରେ ୧୭୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୧୯୨ ଜଣ ଲୋକ ସୁସ୍ଥ ହୋଇଛନ୍ତି । ରାଜସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଅତିକ୍ରମ କରିଛି । ଏପର୍ଯ୍ୟନ୍ତ ଏଠାରେ ୧୪୭ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହିତ ମଧ୍ୟପ୍ରଦେଶର ମୋଟ୍ ରୋଗୀଙ୍କ ସଂଖ୍ୟା ୫୭୩୫ ରହିଛି । ସେଥିମଧ୍ୟରୁ ୨୬୭ ଜଣ ଲୋକ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତରପ୍ରଦେଶରେ ୨୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ୧୭୫କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୩ ହଜାର ୬୬ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୨୭ ଜଣଙ୍କର ମୃତ୍ୟୁ ହୋଇଛି।

   Related Posts