Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଅବପାତର ରୂପ ନେଉଛି ଲଘୁଚାପ ; ଆହୁରି ୨୪ଘଣ୍ଟା ଜାରି ରହିବ ପ୍ରବଳ ବର୍ଷା, ୮ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି

2/07/2019 at 8:55 AM

ଭୁବନେଶ୍ବର ୨|୭:  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କ ଲୋ ପ୍ରେସରର ରୂପ ନେଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଝିପିଝିପି ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ୮ଟି ଜିଲ୍ଲାକୁ ରେଡ୍  ଆଲର୍ଟ ଜାରି କରିଛି ।

ସେହିପରି ୧୫ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।

ରେଡ୍  ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ ଓ ବୌଦ୍ଧ । ସେହିପରି ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଦେଓଗଡ, ଝାରସୁଗୁଡା, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ବିଶେଷ କରି ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ଏବଂ ସ୍ଥାନେ ସ୍ଥାନେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇପାରେ । ଏଥିପାଇଁ ବର୍ଷା ଜନିତ ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

   Related Posts