Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

‘ଫନି’ ପାଇଁ ବିଭିନ୍ନ ଜିଲ୍ଲାରେ ୱାର୍ଣ୍ଣିଂ ଜାରି, ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କେଉଁ ଓ୍ବାର୍ଣ୍ଣିଂ

2/05/2019 at 9:48 AM

ଭୁବନେଶ୍ବର ୨|୫: ଓଡିଶା ମୁହାଁ ସାମୁଦ୍ରିକ ଝଡ ‘ଫନି’ । ଏହା ପୁରୀଠାରୁ ୫୧୦ କିଲୋମିଟର ଦୂରରେ ରହିଛି । ଘଣ୍ଟାକୁ ୭ କିଲୋମିଟର ବେଗରେ ‘ଫନି’ ଓଡିଶା ମୁହାଁ ରହିଛି। ଆସନ୍ତାକାଲି ଅପରାହ୍ନରେ ଗୋପାଳପୁରରୁ ଚାନ୍ଦବାଲି ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ବିଶେଷ କରି ପୁରୀ କିମ୍ବା ଜଗତସିଂହପୁର ଉପକୂଳରେ ଏହା ହିଟ୍‌ କରିବାର ସମ୍ଭାବନା ରହିଛି।

ରାଜ୍ୟରେ ବର୍ଷାର ପରିମାଣକୁ ଆକଳନ କରାଯାଇ ବିଭିନ୍ନ ଜିଲ୍ଲାରେ ଅରେଞ୍ଜ, ରେଡ୍ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜିଠାରୁ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ରାୟଗଡା ଓ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୩ ତାରିଖରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, କଟକ, ପୁରୀ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର, କନ୍ଧମାଳ, ରାୟଗଡା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜରେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ସେହିପରି ୩ ତାରିଖରେ ବୌଦ୍ଧ, କଳାହାଣ୍ଡି, ସମ୍ବଲପୁର, ଦେବଗଡ ଓ ସୁନ୍ଦରଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୪ ତାରିଖରେ ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡାରେ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

   Related Posts