Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଲଘୁଚାପ ପ୍ରଭାବରେ ବର୍ଷା : ପଶ୍ଚିମ ଓଡିଶାର ୭ ଜିଲ୍ଲା ପାଇଁ ରେଡ୍ ଓ୍ବାର୍ଣ୍ଣିଂ ଜାରି

21/09/2020 at 8:53 AM

ଭୁବନେଶ୍ବର ୨୧।୯: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା । ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପରିମାଣ । ପଶ୍ଚିମ ଓଡିଶାର ୭ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୭ ଜିଲ୍ଲା ହେଲା ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡା ଏବଂ ଦେବଗଡ । ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଝଇ ଏହି ଜିଲ୍ଲା ଗୁଡିକରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଭୁସ୍ଖଳନ, ଅକସ୍ମାକ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମି ଯିବା, ଘର ଭୁଶୁଡିପଡିବା ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଏହା ବ୍ୟତୀତ ସୋନପୁର, ବୌଦ୍ଧ, ଅନୁଗୋଳ, ସୁନ୍ଦରଗଡ, କେନ୍ଦୁଝର ଆଦି ଜିଲ୍ଲା ଗୁଡିକରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରପାଯାଇଛି । ସେହିପରି ମୟୁରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।  

   Related Posts