Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଏହି ସବୁ ଜିଲ୍ଲାରେ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି ପ୍ରବଳ ବର୍ଷିବ

24/10/2019 at 8:15 PM

ଭୁବନେଶ୍ୱର ୨୪।୧୦ – ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ଓଡ଼ିଶା ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପାଇଁ ଏଭଳି ସ୍ଥିତି ଉପୁଜିଛି। ଆସନ୍ତାକାଲି ମଧ୍ୟ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ଅତିପ୍ରବଳ ବର୍ଷା ଆଶଙ୍କା ଥିବା କେନ୍ଦୁଝର, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, ଓ ଗଜପତି ଏହି ଜିଲ୍ଲାମାନଙ୍କୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୪୮ ଘଣ୍ଟା ପରେ ପାଣିପାଗରେ ପରିବର୍ତ୍ତନ ଆସିବ ।ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ ।ଏହାସହିତ ବଙ୍ଗୋପସାଗର ଉପରେ ଏକ ଟ୍ରପ୍ ଲାଇଟ୍ ଯାଇଥିବାରୁ ପ୍ରବଳ ବର୍ଷା ଲାଗି ରହିଛି ।

   Related Posts