Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

‘ୟାସ୍’ ପ୍ରଭାବିତ ଜିଲ୍ଲାରେ ବିଜୁ ଯୁବ ଛାତ୍ର ଜନତା ଦଳର ରିଲିଫ୍ ଓ ସହାୟତା, ସାମିଲ୍‌ ହେଲେ ବିଧାୟକ ଓ ଛାମୁଆ ନେତା

27/05/2021 at 8:46 PM

ଭୁବନେଶ୍ୱର, ୨୭/୦୫: ୟାସ୍ ବାତ୍ୟା ଦ୍ୱାରା ପ୍ରବାଭିତ ଜିଲ୍ଲା ମାନଙ୍କରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରିଲିଫ୍ ଏବଂ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ମାନ୍ୟବର ମୂଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ତଥା ମାନ୍ୟବର ବିଧାୟକ ଶ୍ରୀ ପ୍ରଣବ କୁମାର ବଳବନ୍ତରାୟ ଏବଂ ଛାତ୍ର ବିଜେଡ଼ି ରାଜ୍ୟ ସଭାପତି ତଥା ମାନ୍ୟବର ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀଙ୍କ ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲା ଗ୍ରସ୍ତ କରି ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମର ନେତୃତ୍ବ ନେଇଛନ୍ତି ।

ଉଭୟ ପ୍ରଥମେ ବାଲେଶ୍ଵର ଜିଲ୍ଲା ଗ୍ରସ୍ତ କରି ୟାସ୍ ବାତ୍ୟା ପ୍ରଭାବିତ ସମସ୍ତ ଅଂଚଳ ଗୁଡ଼ିକୁ ପରିଦର୍ଶନ କରିବା ସହ ରିଲିଫ୍ ସାମଗ୍ରୀ ବଣ୍ଟନ କରିଥିଲେ । ଏହି ପରିପ୍ରେକ୍ଷୀରେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ଶ୍ରୀ ପ୍ରଣବ କୁମାର ବଳବନ୍ତରାୟ କହିଥିଲେ “ମାନ୍ୟବର ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବିଜୁ ଯୁବ ଛାତ୍ର ଜନତା ଦଳ ସର୍ବଦା ସାମାଜିକ ପ୍ରତିବଦ୍ଧତା ନିମନ୍ତେ ସଂକଳ୍ପବଦ୍ଧ ।

ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲାରେ ସ୍ବଭାବିକ ପରିସ୍ଥିତି ଫେରି ଆସିବା ପର୍ଯ୍ୟନ୍ତ ଏହି ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମ ଜାରି ରହିବ। ଯୁବ ଛାତ୍ର ନେତୃବୃନ୍ଦଙ୍କ ସାମାଜିକ ସହଯୋଗ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରୁଛି । ବିଜେଡି ଛାତ୍ର ସଭାପତି ଶ୍ରୀ ତ୍ରିପାଠୀ ରିଲିଫ୍ କାର୍ଯ୍ୟକ୍ରମରେ ସାମିଲ ହୋଇ ସମସ୍ତ ଛାତ୍ର ନେତା ମାନଙ୍କୁ ଉତ୍ସାହିତ କରିଥିଲେ ।

   Related Posts