Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||

ଆଜି କାରଗିଲ ବିଜୟ ଦିବସ, କାରଗିଲରେ ଭାରତୀୟ ସେନାର ବୀରତ୍ବଗାଥା ମନେ ପକାଉଛନ୍ତି ଦେଶବାସୀ

26/07/2019 at 10:14 AM

ନୂଆଦିଲ୍ଲୀ ୨୬|୭: ବାହାଦୂର ଯବାନଙ୍କ ପରାକ୍ରମକୁ ଆଜି ସାରା ଦେଶ ମନେ ପକାଉଛି ।  ମନେ ପକାଉଛି ସେହି ବୀର ପୁତ୍ରଙ୍କୁ ଯାହାଙ୍କ ପାଇଁ ଆଜି ଆମେ ଶାନ୍ତିରେ ନିଶ୍ବାସ ମାରୁଛେ । ୨୦ ବର୍ଷ ତଳେ  ଧୋକା ଦେଇଥିବା ପାକିସ୍ତାନର ଯୋଜନାକୁ ପଣ୍ଡ କରିଥିଲେ ଭାରତୀୟ ସେନା ।ପୁଣି ଥରେ କାର୍ଗିଲ ସେକ୍ଟରରେ ଉଡ଼ିଥିଲା ତ୍ରିରଙ୍ଗା । କାରଗିଲ ପାହାଡ ଉପରେ ଉଡୁଥିବା ଏହି ତ୍ରିରଙ୍ଗା, ଦେଶ ପାଇଁ ଶହୀଦ ହୋଇଥିବା ବୀର ଯବାନଙ୍କ ପରାକ୍ରମର ଗାଥା ବଖାଣୁଛି । ସେଦିନର ସେହି ବିଜୟକୁ ମନେ ପକାଇ ଦେଶ ଆଜି ପାଳନ କରୁଛି ବିଜୟ ଦିବସ ।

ଆଜିର ଦିନରେ ଭାରତୀୟ ଜବାନମାନେ ପାକିସ୍ତାନୀ ସେନାକୁ ମାତ୍ ଦେବା ସହ  ଅପରେସନ ବିଜୟର ଶଙ୍ଖନାଦ କରିଥିଲେ । କିନ୍ତୁ ଯୁଦ୍ଧରେ ୫୨୭  ଜବାନ ସେମାନଙ୍କ ପ୍ରାଣର ଆହୁତି ଦେଇଥିଲେ । ଆଉ ସାରା ଦେଶକୁ ଏକ ଆସନ୍ନ ବିପଦ ମୁହଁରୁ ରକ୍ଷା କରିଥିଲେ । ହିମାଳୟର ବରଫାଚ୍ଛନ୍ନ ଅଞ୍ଚଳରେ ଭାରତୀୟ ସେନାର ଏଭଳି ଦୁଃସାହସ, ସବୁ ମହଲରେ ପ୍ରଶଂସା ସାଉଁଟିଥିଲା । ଆଉ ପାକିସ୍ତାନ ଭଳି ଏକ ଆତଙ୍କୀ ରାଷ୍ଟ୍ରର ଅସଲ ମୁଖା ଖୋଲି ଦେଇଥିଲା ।

ଏହି ଅବସରରେ କାଶ୍ମୀରର ଡ୍ରାସଠାରେ ଥିବା କାରଗିଲ ୱାର ମେମୋରିଆଲ୍ ରେ କାରଗିଲ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ସେହିପରି ଦିଲ୍ଲୀ ଇଣ୍ଡିଆ ଗେଟ୍ ରେ ଥିବା ଅମର ଯବାନ ଜ୍ୟୋତିରେ ମଧ୍ୟ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏଥିରେ ରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ତିନି ସେନାମୁଖ୍ୟ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବାର କାର୍ଯ୍ୟକ୍ରମ ରହିଛି ।

   Related Posts