Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

5/08/2021 at 11:43 AM

ଅନୁଗୋଳ, ୦୫/୦୮ : ଅନୁଗୋଳ ଜିଲ୍ଲା ରେଙ୍ଗାଳି ଜଳଭଣ୍ଡାରର ଜଳସ୍ତର ଏବେବି ଅଧିକ ରହିଛି । ଜଳଭଣ୍ଡାରର ଜଳସ୍ତର ଏବେ ୧୧୯.୭୫ ମିଟର ରହିଛି। ଏବେବି  ଗୋଟିଏ ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି।

ଜଳ ଭଣ୍ଡାର ମଧ୍ୟକୁ ଉପର ମୁଣ୍ଡରୁ ୧୦୭୦ ଘନ ମିଟର ଜଳ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି। ସେହିପରି ତଳ ମୁଣ୍ଡକୁ ୧୩୨୦ ଘନ ମିଟର ଜଳ ପ୍ରତି ସେକେଣ୍ଡରେ ନିଷ୍କାସନ ହେଉଛି।ତେବେ ଉପର ମୁଣ୍ଡରେ ସେପରି ବଡ଼ ଧରଣର ବର୍ଷା ହୋଇନାହିଁ ବୋଲି ସୂଚନା ଦେଇଛନ୍ତି ଜଳ ସଂପଦ ବିଭାଗ।

ସୂଚନାଯୋଗ୍ୟ, ଡ୍ୟାମର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୧୨୩.୫ ମିଟର। ଗୁରୁବାର ଦିନ ତମାମ ଜଳଭଣ୍ଡାରର ଗେଟ ଖୋଲା ରହିବ ବୋଲି ସୂଚନା ମିଳିଛି। ତେଣୁ ତଳ ମୁଣ୍ଡରେ ବ୍ରାହ୍ମଣୀ ନଦୀ କୂଳରେ ବସବାସ କରୁଥିବା ଗ୍ରାମବାସୀ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

   Related Posts