ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ : ପତାକା ଉତ୍ତୋଳନ ସହ ପରେଡ୍ ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ, ସମ୍ମାନୀତ ଅତିଥି ଭାବେ ଯୋଗ ଦେଲେ ମୁଖ୍ଯମନ୍ତ୍ରୀ

Published By : Prameya-News7 Bureau | January 26, 2021 IST

ଭୁବନେଶ୍ୱର ୨୬।୦୧: ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ । ଭୁବନେଶ୍ୱରର ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଜାତୀୟ ପତାକା ଉତ୍ତୋଳନ ସହ ପରେଡ୍ ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ । ସମ୍ମାନୀତ ଅତିଥି ଭାବେ ଯୋଗ ଦେଲେ ମୁଖ୍ଯମନ୍ତ୍ରୀ । କୋଭିଡ କଟକଣା ପାଇଁ ଦର୍ଶକଙ୍କୁ ପରେଡ୍ ସ୍ଥଳକୁ ମନା ରହିଛି ।

{"id":398564,"sizeSlug":"large","linkDestination":"none"}

ସୂଟନାଯୋଗ୍ୟ ଯେ, ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ । ଭୁବନେଶ୍ୱରର ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । କୋଭିଡ କଟକଣା ପାଇଁ ଦର୍ଶକଙ୍କୁ ପରେଡ୍ ସ୍ଥଳକୁ ମନା ରହିଛି । ସକାଳ ୬.୩୦ରୁ ଦିନ୯ଟା ପର୍ଯ୍ୟନ୍ତ ଲୋୟର ପିଏମ୍ ଜିରେ ୧୪୪ ଧାରା ଜାରି କରାଯାଇଛି । ସେହିପରି କଟକ ବାରବାଟୀ ଷ୍ଟାଡିଯମରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିଛନ୍ତି । କୋଭିଡ୍ କଟକଣା ପାଇଁ ଚଳିତ ବର୍ଷ ଛାତ୍ରଛାତ୍ରୀମାନେ ପରେଡରେ ସାମିଲ କରାଯାଇନାହିଁ । ମାତ୍ର ଦୁଇଟି ପୋଲିସ କଣ୍ଟିଜେଣ୍ଟ ପରେଡରେ ଭାଗ ନେଇଛନ୍ତି । ପୋଲିସ ବ୍ୟାଣ୍ଡ ଜାତୀୟ ସଙ୍ଗୀତ ପରିବେଷଣ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.