Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ରାଜପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ଉପସ୍ଥିତ

26/01/2021 at 10:12 AM

ନୂଆଦିଲ୍ଲୀ, ୨୬/୦୧:  ଭାରତ ବର୍ଷ ଆଜି ୭୨ତମ ଗଣତନ୍ତ୍ର ଦିବସ ପାଳନ କରୁଛି । ଏହି ଅବସରରେ ଦିଲ୍ଲୀର ରାଜପଥରେ ପରେଡ୍ ଅନୁଷ୍ଠିତ ହେଉଛି । ଏଠାରେ ଭାରତ ସାରା ବିଶ୍ୱ ଆଗରେ ନିଜର ଶକ୍ତି ପ୍ରଦର୍ଶନ କରିବ । ଏହାସହ ଭିନ୍ନ ଭିନ୍ନ ସାଂସ୍କୃତିକ ଝଲକ ମଧ୍ୟ ପ୍ରଦର୍ଶିତ ହେବ । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦେଶର ବଡ ବଡ ନେତା ଓ ମନ୍ତ୍ରୀ କାର୍ଯ୍ୟକ୍ରମରେ ସାମିଲ ହେବେ ।

ରାଜପଥରେ ରାଷ୍ଟ୍ରପତି ପତାକା ଉତ୍ତୋଳନ କରିଛନ୍ତି । ଏବେ କିଛି ସମୟ ପରେ ପରେଡ୍ ଆରମ୍ଭ ହେବ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟାଶନାଲ ଓ୍ୱାର ମେମୋରିଆଲରେ ପହଁଚି ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ସମୟରେ ତାଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ତିନି ସେନାର ମୁଖ୍ୟ ଉପସ୍ଥିତ ଥିଲେ । ପ୍ରତିବର୍ଷ ଗଣତନ୍ତ୍ର ଦିବସ ପାଳନ ପୂର୍ବରୁ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଏ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସାଧାରଣତନ୍ତ୍ର ଅବସରରେ ଶୁଭେଚ୍ଛା ଜମାଇଛନ୍ତି । ସେ ଟ୍ୱିଟ୍ କରି କହିଛନ୍ତି ଯେ, ଗଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଅନେକ ଶୁଭକାମନା । ଜୟ ହିନ୍ଦ ।

ସେହିପରି ଗୃହମନ୍ତ୍ରୀ ଅମିତ ଶାହ ଟ୍ୱିଟ୍ କରି କହିଛନ୍ତି ଯେ, ଗଣତନ୍ତ୍ର ଦିବସ ଭାରତର ବହୁରଙ୍ଗୀ ବିବିଦ୍ଧତା ଓ ସମୃଦ୍ଧ ସାଂସ୍କୃତିକ ସଦବାବନାର ପ୍ରତୀକ ଅଟେ । ଯେଉଁମାନଙ୍କ ବଳିଦାନରେ ୧୯୫୦ ଆଜିର ଦିନରେ ସମ୍ବିଧାନ ଲାଗୁ ହୋଇଛି ସେମାନଙ୍କୁ ପ୍ରଣାମ ।

   Related Posts