ପୁରୀରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ, ମନ୍ତ୍ରୀ ରଘୁନନ୍ଦନ ଦାସ ଉତ୍ତୋଳନ କଲେ ଜାତୀୟ ପତାକା

Published By : Prameya-News7 Bureau | January 26, 2022 IST

ପୁରୀ, ୨୬/୧: ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିୟମ ପଡ଼ିଆରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। କୋଭିଡ କଟକଣା ପାଇଁ ପ୍ରଶାସନ ପକ୍ଷରୁ ନିରାଡମ୍ବର ଭାବେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି ଅବସରରେ ରାଜ୍ୟସରକାରଙ୍କ ପକ୍ଷରୁ କରାଯାଉଥିବା ପୁରୀରେ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ମନ୍ତ୍ରୀ ବ୍ୟାଖ୍ୟା କରିଥିଲେ। ଏଥିସହ  କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ। ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂଙ୍କ ସହ ସମସ୍ତ ପ୍ରଶାସନିକ ଅଧିକାରୀମାନେ ଏଥିରେ ଯୋଗ ଦେଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.