Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ବରିଷ୍ଠ IAS ସ୍ତରରେ ଅଦଳବଦଳ : ଅଶୋକ ମୀନା ହେଲେ ପଞ୍ଚାୟତିରାଜ ଓ ପାନୀୟଜଳ ସଚିବ

29/07/2021 at 12:58 PM

ଭୁବନେଶ୍ବର ୨୯।୭: ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ ହୋଇଛି । ଅର୍ଥ ବିଭାଗ ସଚିବ ଥିବା ଆଇଏଏସ ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସଚିବ ଭାବେ ବଦଳି କରାଯାଇଛି । ପର୍ଯ୍ୟଟନ ଓ କ୍ରୀଡା ବିଭାଗ ସଚିବ ଥିବା ଆଇଏଏସ ବିଶାଲ ଦେବଙ୍କୁ ଅର୍ଥ ବିଭାଗ ସଚିବ ଭାବେ ବଦଳି କରାଯାଇଛି ।

ସେହିଭଳି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସଚିବ ଥିବା ଆଇଏଏସ ଡି.କେ. ସିଂଙ୍କୁ ଇସ୍ପାତ ଓ ଖଣି ବିଭାଗ ସଚିବ ଭାବେ ବଦଳି କରାଯାଇଛି । ଇସ୍ପାତ ଓ ଖଣି ବିଭାଗ ସଚିବ ଥିବା ଆଇଏଏସ ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗ ସଚିବ ଭାବେ ବଦଳି କରାଯିବା ସହ ପର୍ଯ୍ୟଟନ ବିଭାଗ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ଆଇଏଏସ ଭିନୀଲ କ୍ରୀଷ୍ଣାଙ୍କୁ କ୍ରୀଡା ଏବଂ ଯୁବ ବ୍ୟାପାର ବିଭାଗ କମିଶନର ସହ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି ।

   Related Posts