Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ବରିଷ୍ଠ ଆଇଏଏସ୍ ଓ ଆଇପିଏସ୍ ସ୍ତରରେ ଅଦଳବଦଳ, ଅରୁଣ ବୋଥ୍ରା ହେଲେ ସେସୁର ସିଇଓ

7/08/2019 at 7:27 PM

ଭୁବନେଶ୍ୱର ୭।୮: ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍, ଆଇପିଏସ ଓ ଆଇଏଫଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଯୋଜନା ଏବଂ ସମନ୍ୱୟ ବିଭାଗର ସଚିବ ଅସୀତ ତ୍ରିପାଠୀଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ପଦବୀରେ ଥିବା ସୁଦର୍ଶନ ପାଲ ଠାକୁରଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ମହାନିର୍ଦ୍ଦେଶ ଭାବେ ବଦଳି କରାଯାଇଛି। ଇଲେକ୍ଟ୍ରୋନିକ୍ସ ଏବଂ ଇନଫର୍ମେଶନ ଟେକ୍ନୋଲଜି ବିଭାଗର ମୁଖ୍ୟ ଶାସନ ସଚିବ ସି.ଜେ.ଭେନୁଗୋପାଲଙ୍କୁ ରାଜସ୍ୱ ପର୍ସଦର ସଦସ୍ୟ ଭାବେ ଅବସ୍ଥାପିତ କରାଯାଇଛି।

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ନୀତିନ ଚନ୍ଦ୍ରାଙ୍କୁ ସାଧାରଣ ପ୍ରଶାସନ ଏବଂ ପେନସନ୍ ଓ ଅଭିଯୋଗ ବିଭାଗର ଓଏସଡି ଭାବେ ଅବସ୍ଥାପିତ କରାଯାଇଛି। ପଞ୍ଚାୟତରାଜ ଏବଂ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହଙ୍କୁ ବିଜ୍ଞାନ ଓ କାରଗରୀ କୌଶଳ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦିଆଯାଇଛି। ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ମହାନିର୍ଦ୍ଦେଶିକା ରଞ୍ଜନା ଚୋପ୍ରାଙ୍କୁ ଅନୁସୂଚିତ ଜାତି, ଜନଜାତି ଉନ୍ନୟନ ସଂଖ୍ୟଲଘୁ ଏବଂ ପଛୁଆ ବର୍ଗ ମଙ୍ଗଳ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ବଦଳି କରାଯାଇଛି।

ଅବକାରୀ ବିଭାଗର କମିଶନର ତଥା ସଚିବ ସୁଶୀଲ କୁମାର ଲୋହାନୀଙ୍କୁ ବାଣିଜ୍ୟକର ବିଭାଗର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର କମିଶନର ତଥା ସଚିବ ବିରବିକ୍ରମ ଯାଦବଙ୍କୁ ସମବାୟ ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। କ୍ରାଇମବ୍ରାଞ୍ଚ ଆଇ.ଜି. ଅରୁଣ ବୋଥ୍ରାଙ୍କୁ ସେସୁର ସିଇଓ ଭାବେ ବଦଳି କରାଯାଇଛି। ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗର କମିଶନର ତଥା ସଚିବ ଆର.ରଘୁପ୍ରସାଦଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ସାଙ୍ଗକୁ ଓମଫେଡର ପରିଚାଳନା ନିର୍ଦ୍ଦେଶ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ବିଭାଗ ଦାୟିତ୍ୱରେ ଥିବା ବିଶାଲ ଗଗନଙ୍କୁ ଜଳ ସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି।

ବିଜ୍ଞାନ ଓ କାରଗରି କୌଶଳ ବିଭାଗର କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସମବାୟ ଓ ପୂର୍ତ୍ତ ବିଭାଗର କମିଶନର ତଥା ସଚିବ ଡା.କିଶନ କୁମାରଙ୍କୁ ପୂର୍ତ୍ତ ବିଭାଗର କମିଶନର ତଥା ସଚିବ ଭାବେ ବଦଳି କରାଯାଇଛି। ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସଚ୍ଚିନ ରାମଚନ୍ଦ୍ର ଯାଦବଙ୍କୁ ଏସଟିର ନିର୍ଦ୍ଦେଶ ଭାବେ ବଦଳି କରାଯାଇଛି। ଓଡିଶା ଉଠା ଜଳସେଚନ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ ଜଳ ସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ୱରେ ଥିବା ଅର୍ଚ୍ଚନା ପଟ୍ଟନାୟକଙ୍କୁ ଜଳ ସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଓ ଉଠା ଜଳ ସେଚନ ନିଗମର ଏମଡି ଭାବେ ପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରାଯାଇଛି। ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଦିକ ଆଲମଙ୍କୁ ସିଏମଜିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶ ଭାବେ ବଦଳି କରାଯାଇଛି। ରାଜସ୍ୱ ପର୍ସଦ ସଚିବ ସୁରେନ୍ଦ୍ର କୁମାର ମିନାଙ୍କୁ ପୂର୍ତ୍ତ ବିଭାଗର ଡେପୁଟି ସେକ୍ରେଟାରୀଙ୍କ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।

   Related Posts