Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||
  • ଭଦ୍ରକ : ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ
  • ||
  • ମାଲକାନଗିରି : ମାନିଲେନି କୋଭିଡ୍ ନିୟମ, ସିଲ୍ ହେଲା ଦୋକାନ
  • ||
  • ଧର୍ମଗଡ : ଧର୍ମଗଡ ବଣିକ ସଂଘର ବଡ ନିଷ୍ପତ୍ତି, ଶନିବାର ଓ ରବିବାର ସଂପୂର୍ଣ୍ଣ ବନ୍ଦ ରହିବ ସହର
  • ||
  • କଟକ : ସ୍ବରେଜ ମ୍ୟାନ୍‌ହୋଲ୍‌ରେ ଶ୍ବାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର
  • ||

ଆବାସିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ ଏତଲା ଦାୟର

18/07/2019 at 8:20 AM

କଳାହାଣ୍ଡି ୧୮|୭: ଆବାସିକ ବିଦ୍ୟାଳୟରେ ଆଦିବାସୀ ଛାତ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତକ ଆଧମୁଣ୍ଡା ଆବାସିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ର ଆଶିଷ ମାଝୀ । ସ୍କୁଲ କର୍ତ୍ତୃପକ୍ଷ ଚିକିତ୍ସାରେ ଅବହେଳା କରିଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ଏନେଇ ପରିବାରକୁ ଖବର ଦେଇନଥିବା ମଧ୍ୟ ଅଭିଯୋଗ ହୋଇଛି । ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ ମୃତ ଛାତ୍ରଙ୍କ ପରିବାରଲୋକ ଏତଲା ଦାୟର କରିଛନ୍ତି । ମୃତ ଛାତ୍ରଙ୍କ ଘର ଥୁଆମୁଳରାମପୁର ବ୍ଲକ୍ ଖୋଲାଣ୍ଡି ଗାଁରେ ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଥୁଆମୁଳରାମପୁର ବ୍ଲକ୍ ଖୋଲାଣ୍ଡି ଗାଁର ପଞ୍ଚମ ଶ୍ରେଣୀ ଛାତ୍ର ଆଶିଷ ମାଝୀ ଆଧମୁଣ୍ଡା ଆବାସିକ ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢୁଥିଲେ । ଛାତ୍ରଙ୍କ ଦେହ ଅସୁସ୍ଥ ଥିଲେ ବି ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରି ନ ଥିବା ବେଳେ ପରିବାରକୁ ସୂଚନା ମଧ୍ୟ ଦେଇ ନ ଥିଲେ । ପରିବାର ସଦସ୍ୟ ହଷ୍ଟେଲ ଆସି ଜାଣିବା ପରେ କାଲି ଛାତ୍ରଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ ମୃତକଙ୍କ ପରିବାରଲୋକ ଏତଲା ଦାୟର କରିଛନ୍ତି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

   Related Posts