Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ବାହାଘର ସାରି ଫେରୁଥିଲେ, ଭାରସାମ୍ୟ ହରାଇ ଓଲଟିଲା ଗାଡି: ୧୦ ଗୁରୁତର, ୧୦ ଆହତ

8/04/2021 at 9:22 PM

ବିନିକା ୦୮/୦୪ : ଭାରସାମ୍ୟ ହରାଇ ଓଲଟିଲା ମିନି ଟ୍ରକ । ଦୁର୍ଘଟଣାରେ ୧୦ ଜଣ ଗୁରୁତର ଆହତ ହୋଇଥିବା ବେଳେ ଆଉ ୧୦ ଜଣ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି । ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ସାନଟୀକା ଗାଁରୁ ବିବାହ କାର୍ଯ୍ୟସାରି କନ୍ୟାପକ୍ଷ୍ୟ ଲୋକେ ଡୁଙ୍ଗୁରିପାଲି ଥାନା କୁଡାଡେ଼ରା ଗାଁକୁ ଝିଅକୁ ଛାଡିବାକୁ ଆସିଥିଲେ । ଭୋଜିଖାଇସାରି ସାନଟୀକା ଗାଁକୁ ଫେରୁଥିବା ସମୟରେ ରାମପୁର ଡୁଙ୍ଗୁରିପାଲି ଏମଡିଆର-୩୯ ମୁଖ୍ୟରାସ୍ତା ପିପିଲିପାଲି ଗାଁ ନିକଟରେ ଭାରସାମ୍ୟ ହରାଇ ଗାଡିଟି ଓଲଟି ପଡିଥିଲା ।

ଫଳରେ ମିନିଟ୍ରକରେ ବସିଥିବା ୧୦ ଜଣ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି  । ଖବର ପାଇଁ ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଂଚି ଉଭୟ ଗୁରୁତର ଏବଂ ଆହତ ହୋଇଥିବା ୨୦ ଜଣଙ୍କୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛି I ଘଟଣାସ୍ଥଳରେ ଡୁଙ୍ଗୁରିପାଲି ପୋଲିସ ପହଂଚି ମିନିଟ୍ରକକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି I

   Related Posts