Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ବଲିଉଡ୍ ଡ୍ରଗ୍ସ ଲିଙ୍କ୍ ମାମଲା : ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିଲା ଜାମିନ, ସୌଭିକ୍‌ଙ୍କ ଜାମିନ ଖାରଜ

7/10/2020 at 11:25 AM

ମୁମ୍ବାଇ ୭।୧୦: ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିଲା ଜାମିନ । ବଲିଉଡ୍ ଡ୍ରଗ୍ସ ଲିଙ୍କ୍ ମାମଲାରେ ପ୍ରାୟ ଏକ ମାସ ଜେଲରେ ରହିବା ପରେ ରିୟାଙ୍କୁ ଜାମିନ୍ ମିଳିଛି । ବମ୍ବେ ହାଇକୋର୍ଟ ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ସେପଟେ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀଙ୍କ ଜାମିନ୍ ଖାରଜ ହୋଇଯାଇଛି । ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀ ପ୍ରାୟ ଏକ ମାସ ଜେଲରେ ରହିଥିଲେ । ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍ ଡ୍ରଗ୍ସ ଲିଙ୍କ୍ ରେ ଉଭୟଙ୍କୁ ଗିରଫ କରି ଜେଲ୍ ପଠାଇ ଦିଆଯାଇଥିଲା ।

ରିୟାଙ୍କୁ ଏକ ଲକ୍ଷ ଟଙ୍କାର ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ରିୟାଙ୍କୁ ତାଙ୍କ ପାସପୋର୍ଟ ଦାଖଲ କରିବାକୁ ପଡିବ । ମୁମ୍ବାଇ ବାହାରକୁ ଗଲେ ତାଙ୍କୁ ଅନୁମତି ନେବାକୁ ପଡିବ । ଯେତେବେଳେ ବି ତାଙ୍କୁ ପଚରାଉଚରା ପାଇଁ ଡକାଯିବ ତାଙ୍କୁ ହାଜର ହେବାକୁ ପଡିବ ।

ସେପ୍ଟେମ୍ବର ୧୧ ତାରିଖରେ ସ୍ପେଶାଲ ଏନଡିପିଏ କୋର୍ଟ ୫ ଜଣଙ୍କର ଜାମିନ ଆବେଦନ ଖାରଜ କରିଥିଲେ । ଏହାପରେ ସମସ୍ତେ ବମ୍ବେ ହାଇକୋର୍ଟର ଦାରସ୍ଥ ହୋଇଥିଲେ । ସେପ୍ଟେମ୍ବର ୨୯ତାରିଖରେ ବମ୍ବେ ହାଇକୋର୍ଟ ଜାମିନ ଆବେଦନର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ । ରିୟାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ୮ ସେପ୍ଟେମ୍ବରରେ ଗିରଫ କରିଥିଲା । ରିୟାଙ୍କ ବିରୋଧରେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାଇଁ ଡ୍ରଗ୍ସ କିଣିବାରେ ସାହାଯ୍ୟ କରିବାର ଅଭିଯୋଗ ଥିଲା । ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ଭାଇ ସୋଭିକ ଚକ୍ରବର୍ତ୍ତୀ କେତେକ ଡ୍ରଗ୍ସ ମାଫିଆଙ୍କ ସହ ହ୍ବାଟସ ଆପ୍ ଚାଟ୍ ମଧ୍ୟ ସାମ୍ନାକୁ ଆସିଥିଲା ।

   Related Posts