Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ, ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନର ବଡ ନିଷ୍ପତ୍ତି

16/05/2021 at 7:14 PM

ପୁରୀ ୧୬।୦୫: କରୋନାର ଦ୍ଵିତୀୟ ଲହରରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ପଦକ୍ଷେପ ନେଇଛନ୍ତି। ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହି ଦିନ ପର୍ଯ୍ୟନ୍ତ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ପୂର୍ବରୁ କେବଳ ଶନିବାର ଓ ରବିବାର ଦିନ ଭକ୍ତଙ୍କ ଦର୍ଶନ ବନ୍ଦ ରହିଥିଲା। ପରେ ମେ ୧୫ ଯାଏଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ କଟକଣା ଜାରି ରହିଥିଲା। ତେବେ ଏହି ସମୟରେ ସୀମିତ ସେବାୟତଙ୍କୁ ନେଇ ନୀତିକାନ୍ତି ଜାରି ରହିବ।

ରବିବାର ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନର ହୋଇଥିବା ବୈଠକରେ କୋଭିଡ୍ ସ୍ଥିତିର ସମୀକ୍ଷା ପରେ ଜୁନ ୧୫ ଯାଏ ଶ୍ରୀମନ୍ଦିର ବନ୍ଦ ରଖାଯିବା ନିଷ୍ପତ୍ତି ନିଆଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ସୀମିତ ସେବାୟତଙ୍କୁ ନେଇ ଶ୍ରୀମନ୍ଦିରର ନୀତିକାନ୍ତି ଜାରି ରହିବ।

ସୂଚନାଯୋଗ୍ୟ, ରାଜ୍ୟରେ ଏବେ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ଖାସ୍‌ କରି କିଛି ସେବାୟତ କରୋନାରେ ସଂକ୍ରମିତ ହୋଇଛନ୍ତି । ଯାହା ପ୍ରଶାସନ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲିଛି। ସେହିପରି ପୁରୀରେ ମଧ୍ୟ ପ୍ରତିଦିନ କୋଭିଡ଼ ସଂକ୍ରମଣର ୩୦୦ ଉପରେ ରହୁଛି। କରୋନା ସ୍ଥିତିକୁ ଦେଖି ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ବୈଠକ ବସିଥିଲା। ତେବେ କୋଭିଡ଼ ନିୟମ ଅନୁଯାୟୀ ରଥ କାର୍ଯ୍ୟ ଜାରି ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

   Related Posts