ଆରମ୍ଭ ହେବ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

Published By : Prameya-News7 Bureau | September 04, 2019 IST

ଭୁବନେଶ୍ବର ୪: ଆରମ୍ଭ ହେବ ଲିଙ୍ଗରାଜଙ୍କ ନୀତିକାନ୍ତି । ଦୁଇ ଦିନ ଉପାବାସରେ ରହିବା ପରେ ଆରମ୍ଭ ହେବ ଲିଙ୍ଗରାଜଙ୍କ ନୀତିକାନ୍ତି । ଆଉ କିଛି ସମୟ ପରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ । ଦେବୋତ୍ତର କମିଶନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ପରେ ନିଷ୍ପତ୍ତି ନିଆଯାଇଛି । ନୀତିକାନ୍ତି ପାଇଁ ରାଜି ହୋଇଛନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ଅପରାହ୍ନ ୪ଟାରୁ ସ୍ବାଭାବିକ ହେବ ପୂଜାର୍ଚ୍ଚନା ।

ସୂଚନାଯୋଗ୍ୟ ଯେ, ଗତକାଲି ସକାଳ ୭ଟାରୁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରଖିଥିଲେ ସେବାୟତ । ମହାପ୍ରଭୁଙ୍କ ଜମିରୁ ଜବରଦଖଲକାରୀଙ୍କୁ ଉଚ୍ଛେଦ ଦାବିରେ ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ ଅଡ଼ି ବସିଥିଲେ । ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗଙ୍କ ଅସହଯୋଗରୁ ମନ୍ଦିରରେ ନୀତିକାନ୍ତି ହୋଇପାରିନଥିଲା । ବଡୁ ନିଯୋଗ ଜମି ଜବରଦଖଲ କରିଥିବା ଅଭିଯୋଗରେ ସିଧାସଳଖ ପ୍ରଶାସନକୁ ଦାୟୀ କରିଥିଲେ ଉଭୟ ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ ।ନୂଆଗାଁ ମୌଜା ଗଙ୍ଗୁଆ ନାଳ ପାଖରେ ଥିବା ଜମିରୁ ଜବରଦଖଲ ଉଚ୍ଛେଦ ଦାବି ହୋଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.