Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବାଇକ-ବାଇକ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ, ୨ ଗୁରୁତର

31/10/2021 at 11:11 PM

ନୟାଗଡ଼ ୩୧।୧୦: ନୟାଗଡ ଦେଇ ଯାଇଥିବା ୫୭ ନମ୍ବର ଜାତୀୟ ରାଜପଥ ତୁଳସୀପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଗୁରୁତର ଦୁଇ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଜଣେ ମୃତକ ନୟାଗଡ଼ ପୁରୁଣା ସହରର ମାନସ ମହାପାତ୍ର ଓ ଅନ୍ୟ ଜଣକ ହେଲେ ଦଶପଲ୍ଲା ଥାନା ଲୁଣିସରା ଗାଁ ର ବେଣୁଧର ପ୍ରଧାନ ।

ଆହତ ୨ ଜଣ ହେଲେ ବୁଧନାଥ ସିଅ ଓଲଟାଉନ ନୟାଗଡ଼ ଓ ଗୋପାଳ ମହାପାତ୍ର ଖୁଣ୍ଟୁବନ୍ଧ ମହୀପୁର । ଏମାନେ ସମସ୍ତେ ସମ୍ପର୍କୀୟ । ୨ ବାଇକରେ ୪ ଜଣ ଏକା ସାଙ୍ଗରେ ଗୋଟିଏ ଦିଗକୁ ଯାତ୍ରା କରୁଥିଲା ବେଳେ ମୁହାଁ ମୁହିଁ କେମିତି ଧକ୍କା ହେଲେ ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ପ୍ରକୃତରେ ମୁହାଁମୁହିଁ ଧକ୍କା ହୋଇଛି ନା କୌଣସି ଅଜଣା ଗାଡି ଧକ୍କା ଦେଇ ଚାଲିଯାଇଛି , ସେ ନେଇ ପୋଲିସ ଖୋଲତାଡ଼ କରୁଛି ।

   Related Posts