Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବାଇକ୍ ଆରୋହୀଙ୍କୁ ଧକ୍କାଦେଇ ଟ୍ରକ୍ ଫେରାର : ଜଣେ ମୃତ, ୨ ଗୁରୁତର

9/04/2021 at 5:32 PM

ଆନନ୍ଦପୁର ୦୯/୦୪ : ଘସିପୁରା ଥାନା ଅନ୍ତର୍ଗତ ୨୦ନଂ ଜାତୀୟ ରାଜପଥ ଶୈଲଙ୍ଗ ବାଇପାସ୍ ନିକଟରେ ୩ ଜଣ ବାଇକ୍ ଆରୋହୀଙ୍କୁ ଏକ ଟ୍ରକ୍ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ଘଟାଇ ସଂପୃକ୍ତ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ୩ ଯୁବକ ସ୍ଥାନୀୟ ଏକ ଠିକା ସଂସ୍ଥାରେ କାମ କରୁଥିଲେ । କୌଣସି କାମରେ ଯାଉଥିବା ବେଳେ ଟ୍ରକଟି ସେମାନଙ୍କୁ ଧକ୍କା ଦେଇଥିଲା । ବାଇକରେ ଥିବା ୩ ଯୁବକ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଯୁବକ ସେମାନଙ୍କୁ ଉଦ୍ଧାରକରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ସୁଦ୍ଧା ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ଜଣକ ନନ୍ଦିପଦା ଥାନା ଘୋଷରାପଦା ଗାଁ ର ଲିପୁ ଜେନା । ଅନ୍ୟ ୨ ଗୁରୁତର ଅନୁଗୁଳ ଜିଲ୍ଲା ଜର୍ଦା ଗାଁର ନିର୍ମଳ ପ୍ରଧାନ ଓ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଚନ୍ଦ୍ରଭାନୁ ମହାନ୍ତ  । ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପର୍ଣ୍ଣ ଥିବା ଡାକ୍ତରଖାନା ସୂତ୍ରରୁ ଜଣା ପଡିଛି । ଘସିପୁରା ପୋଲିସ୍ ପହଁଞ୍ଚି ଘଟଣାର ତଦନ୍ତ ଚଳାଥିବାବେଳେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଏଯାଏଁ ଧରାଯାଇନଥିବା ସୂଚନା ମିଳିଛି ।

   Related Posts