Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ବାଇକକୁ ପଛପଟୁ ଧକ୍କାଦେଲା ଟ୍ୟାଙ୍କର, ଜଣେ ମୃତ

5/08/2020 at 9:56 AM

ପାରାଦୀପ ୦୫।୦୮ : ପାରାଦୀପ  ଅଠରବାଙ୍କୀ  ଟର୍ମିନାଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକକୁ ପଛପଟୁ ଧକ୍କା ଦେଲା ଟ୍ୟାଙ୍କର। ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୄତକ ପରିଚୟ ମିଳି ପାରିନଥିବା ବେଳେ ସେ ଜଣେ ମାଛ ବ୍ୟବସାୟୀ ବୋଲି ଅନୁମାନ କରାଯାଉଛି।

ସୂଚନାଯୋଗ୍ୟ ଯେ,  ମାଛ ବ୍ୟବସାୟ କରିବା ପାଇଁ ମାଛବ୍ୟାଗ ନେଇ ପାରାଦୀପ ରୁ ଯାଉଥିବା ସମୟରେ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ସବୁଠାରୁ ବଡ଼କଥା ହେଉଛି ଯେଉଁ ସ୍ଥାନରେ ଏହି ଦୁର୍ଘଟଣା ଘଟିଛି ସେହି ରାସ୍ତାରେ ଏକ ବଡ଼ ଖାଲ ଥିବାରୁ ପୂର୍ବରୁ ଅନେକ ଲୋକ ଜାତାୟତ କରିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ତେବେ ଲଘୁଚାପ ଜନିତ ବର୍ଷା କାରଣରୁ ସେହି ଖାଲରେ ପାଣି ଭରି ହୋଇଯାଇଥିଲା । ଯାହାଫଳରେ ଏଭଳି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ପାରାଦୀପ ପୋଲିସ ପହଞ୍ଚି ଶବକୁ ଅଠରବାଙ୍କୀ ମେଡ଼ିକାଲ ପଠାଇ ତଦନ୍ତ ଜାରି ରଖିଛି ।

   Related Posts