Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଭାରସାମ୍ୟ ହରାଇ ରାସ୍ତାକଡ଼ରେ ପିଟିହେଲା ଟ୍ରକ

20/12/2020 at 9:30 AM

ଭଦ୍ରକ ୨୦।୧୨ : ଭାରସାମ୍ୟ ହରାଇ ରାସ୍ତା କଡ଼ ବାଡ଼କୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଡ୍ରାଇଭରକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଭଦ୍ରକ ଜିଲ୍ଲା ରାଣୀତାଲ ନିକଟରେ ଦୁର୍ଘଟଣା ଘଟିଛି ।

ଖବର ଅନୁଯାୟୀ,  ପାର୍ଶଲ ଟ୍ରକଟି ଆନ୍ଧ୍ରରୁ କୋଲକାତା ଅଭିମୁଖେ ଯାଉଥିଲା । କିନ୍ତୁ ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ରାଣୀତାଲ ନିକଟରେ ଦୁର୍ଘଟଣାର ଶୀକାର ହୋଇଥିଲା । ଟ୍ରକଟି  ଭାରସାମ୍ୟ ହରାଇ ରାସ୍ତା କଡ଼ବାଡ଼ରେ ପିଟି ହୋଇଯାଇଥିଲା । ଯାହାଫଳରେ ଡ୍ରାଇଭର ଜଣଙ୍କ କେବିନ୍‌ ଭିତରେ  ଚାପି ହୋଇ ରହିଯାଇଥିଲେ । ଦୁର୍ଘଟଣା ସଂପର୍କରେ ଖବର ପାଇ ଭଦ୍ରକ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲା । ଟ୍ରକର କେବିନକୁ କାଟି ଡ୍ରାଇଭରକୁ ଉଦ୍ଧାର କରିଥିଲେ । ଡ୍ରାଇଭର ଜଣକ ସୁସ୍ଥ ଥିବା ସୂଚନା ମିଳିଛି ।

   Related Posts