ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା, ଜଣେ ଗୁରୁତର
15/12/2020 at 3:18 PM

ଚଣ୍ଡିଖୋଲ ୧୫।୧୨ : ସଡ଼କ ଦୁର୍ଘଟଣାରେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି । ବାଇକ ଆରୋହୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଯାଜପୁର ଜିଲ୍ଲା ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର କୁନ୍ଦଳ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି ।
ଖବର ଅନୁଯାୟୀ, ବାଇକ ଆରୋହୀ ଜଣକ ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ କୁନ୍ଦଳ ଛକ ନିକଟରେ ଦୁର୍ଘଟଣାର ଶୀକାର ହୋଇଥିଲେ । ଭାରସାମ୍ୟ ହରାଇ ବାଇକ ରାସ୍ତା କଡ଼କୁ ପଡିଯାଇ ଥିଲା । ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ ବାଇକ ଆରୋହୀଙ୍କୁ ବଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ କଟକ ମେଡିକାଲ କୁ ସ୍ଥାନାନ୍ତରିତ କରାଯାଇଛି ।
Related Posts
ଅପେକ୍ଷାର ଅନ୍ତ, କାଲିଠୁ ଖୋଲିବ ଘଟଗାଁ ମା ତାରିଣୀ ମନ୍ଦିର
17 January 2021
ତାଲାପଦରରେ ନିର୍ମଣାଧିନ ବ୍ରିଜ୍ ଭୁଶୁଡିବା ଘଟଣା, SDO ଅସୀତ ପାତ୍ର ଗିରଫ
17 January 2021