Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣା, ମହିଳା ଡାକ୍ତର ମୃତ

19/10/2020 at 10:47 AM

ନୀଳଗିରି ୧୯।୧୦: ବାଲେଶ୍ୱର ଜିଲ୍ଲା ନୀଳଗିରି ଅନ୍ତର୍ଗତ ସେରଗଡ଼ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ନୀଳଗିରି ହସ୍ପିଟାଲରେ ଡାକ୍ତର ଭାବେ କାର୍ଯ୍ୟରତ ଶାନ୍ତିଲତା ଗିଡ଼ି ବୋଲି ଜଣାପଡିଛି।

ଗତକାଲି ରାତିରେ ଶାନ୍ତିଲତା ହସ୍ପିଟାଲରୁ କାର୍ଯ୍ୟ ସାରି ଘରକୁ ଫେରୁଥିବା ସମୟରେ ସେରଗଡ଼ ନିଜଟରେ ବାଇକ ଦୁର୍ଘଟଣା ହୋଇଥିଲା। ବାଇକ ପଛରେ ବସିଥିବା ବେଳେ ଏକ ଷଣ୍ଢ ଆଗକୁ ପଳାଇ ଆସିବାରୁ ଭାରସାମ୍ୟ ହରାଇ ତଳକୁ ଖସିପଡିଥିଲେ। ଘଟଣାସ୍ଥଳରୁ ତାଙ୍କୁ ଗୁରୁତର ଭାବେ  ଉଦ୍ଧାର କରି ବାଲେଶ୍ଵର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା , ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା । ଭୁବନେଶ୍ୱର ଯିବା ରାସ୍ତାରେ ତାଙ୍କର ମୃତ୍ୟ ହୋଇଥିଲା।

   Related Posts