Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଧକ୍କା ହେଲେ ବସ୍‌-ଟ୍ରକ-ଭ୍ୟାନ୍‌-ବାଇକ୍‌, ୩ ଗୁରୁତର

15/11/2021 at 12:39 PM

ପୁରୁଷୋତ୍ତମପୁର ୧୫।୧୧: ସିରିଜ୍‌ ଦୁର୍ଘଟଣା । ବସ୍‌, ଟ୍ରକ, ପିକ୍‌ଅପ୍ ଭ୍ୟାନ୍‌ ଓ ବାଇକ୍‌ ମଧ୍ୟରେ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଦେଓଗାଁ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ଆଜି ସକାଳ ପ୍ରାୟ ୯ଟା ୩୦ ମିନିଟରେ ଆସ୍କାରୁ ଖଲ୍ଲିକୋଟ ଅଭିମୁଖେ ଯାଉଥିବା ଟ୍ରକ ଓ ବିପରୀତ ଦିଗରୁ ଆସୁଥିବା ମଣିବାବା ବସ୍‌କୁ ଧକ୍କା ଦେଇଥିଲା । ଏହା ସମୟରେ ବସ୍‌ଟି ନିୟନ୍ତ୍ରଣ ହରାଇ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ଧକ୍କା ଦେଇଥିବା ବେଳେ ଟ୍ରକଟି ଏକ ବାଇକ୍‌କୁ ଧକ୍କା ଦେଇଥିଲା । ତେବେ  ଏକା ସାଙ୍ଗେ ବସ୍‌, ଟ୍ରକ, ପିକଅପ୍‌ ଓ ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଦେଓଗାଁର କୁନା ସାହୁ, ଟ୍ରକ ଡ୍ରାଇଭର ହରି ପ୍ରଧାନ, ବାଇକ୍‌ ନାରାୟଣ ଯାନୀ ଗୁରୁତର ହୋଇଥିଲେ । ସେମାନଙ୍କୁ ପ୍ରଥମେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ । କିନ୍ତୁ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତିରତ କରାଯାଇଛି ।

   Related Posts