ସ୍କୁଟି ଉପରେ ମାଡିଗଲା ଟ୍ରକ, ଚାଳକ ମୃତ

Published By : Prameya-News7 Bureau | February 02, 2021 IST

ସାନଖେମୁଣ୍ଡି ୦୨।୦୨: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଜରଡ଼ା ଥାନା କେଲୁଆ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

{"id":402473,"sizeSlug":"large","linkDestination":"none"}

ଖବର ଅନୁଯାୟୀ, ଜରଡ଼ା ଥାନା କେଲୁଆ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି । ସ୍କୁଟିକୁ ଧକ୍କା ଦେଇଥିଲା ଟ୍ରକ । ଯାହାଫଳରେ କି ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଜରଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଏପରିକି ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ ମଧ୍ୟ କରିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ହସ୍ତଗତ ହୋଇନାହିଁ । ପୋଲିସ ତଦନ୍ତ କଲେ ସ୍ପଷ୍ଟ ସୂଚନା ମିଳିବ ବୋଲି ସ୍ଥାନୀୟ ଲୋକ ଆଶା କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.