Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଅଟୋ-ବୋଲେରୋ ମୁହାଁମୁହିଁ ଧକ୍କା, ଏକାଧିକ ଯାତ୍ରୀ ଗୁରୁତର

15/11/2020 at 3:50 PM

ରାଉରକେଲା ୧୫।୧୧ : ଅଟୋ-ବୋଲେରୋ ମୁହାଁମୁହିଁ ଧକ୍କା । ସୁନ୍ଦରଗଡ଼ ବିରମିତ୍ରପୁର ଥାନା କୁଆଁରମୁଣ୍ଡା ହାତିବାରି ରାସ୍ତା ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ସୁନ୍ଦରଗଡ଼ର କୁଆଁରମୁଣ୍ଡା ପଟୁ ଏକ ପାସେଞ୍ଜର ଅଟୋରେ ପ୍ରାୟ ୮ଜଣ ଯାତ୍ରୀ ଯାଉଥିବା ବେଳେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ଧକ୍କା ଦେଇଥିଲା । ପାସେଞ୍ଜର ଅଟୋକୁ ବୋଲେରୋ ଧକ୍କା ଦେବା ଫଳରେ ଅଟୋଟି ଭାଙ୍ଗି ଚୁର୍‌ମାର ହୋଇଯାଇଥିଲା , ଏବଂ ଅଟୋରେ ବସିଥିବା ଯାତ୍ରୀଙ୍କ ମଧ୍ୟରୁ ଚାଳକକୁ ମିଶାଇ ୫ ଜଣ ଆହତ ହୋଇଥିଲେ ।

ତେବେ ସେମାନଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ମଧ୍ୟ ଥିବା ସୂଚନା ରହିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ରାଉରକେଲା ଜେନେରାଲ୍‌ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଦୁର୍ଘଟଣାର ଶିକାର ହୋଇଥିବା ୩ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ରହିଛି । ଅନ୍ୟପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୋଲେରୋକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି ।   

   Related Posts