Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଭଦ୍ରକ: ଜାତୀୟ ସଡ଼କ ସୁରକ୍ଷା ମାସ ପାଳିତ

18/01/2021 at 7:45 PM

 ଭଦ୍ରକ୧୮/୧: ସୋମବାର ଜାତୀୟ ସଡ଼କ ସୁରକ୍ଷା ମାସର ଶୁଭାରମ୍ଭ କରାଯାଇଛି। ଏହି ସୁରକ୍ଷା ମାସ ଆଜି ଭଦ୍ରକ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏହାର ଶୁଭାରମ୍ଭ କରାଯାଇଛି। ଏହି ଶୁଭାରମ୍ଭକୁ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସଙ୍କ ସମେତ ଭଦ୍ରକ ଆଞ୍ଚଳିକ ପରିବହନ ଅଧିକାରୀ  ଉପସ୍ଥିତ ରହିଥିଲେ। ପରେ ଦ୍ୱୀପ ପ୍ରଜ୍ୱଳନ କରି ଏହି ସଡ଼କ ସୁରକ୍ଷା ମାସର ଶୁଭାରମ୍ଭ କରିଥିଲେ।

ଏହି ସଡ଼କ ସୁରକ୍ଷା ମାସ ଜାନୁଆରୀ ୧୮ ତାରିଖରୁ ଫେବୃଆରୀ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସଡ଼କ ସୁରକ୍ଷା ମାସ ପାଇଁ ଏକ ସାଇକେଲ ଶୋଭାଯାତ୍ରା  ଅନୁଷ୍ଠିତ ହୋଇଥିଲା। ଏହି ଶୋଭାଯାତ୍ରା  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ନୂଆ ବସ ଷ୍ଟାଣ୍ଡ ପର୍ଯ୍ୟନ୍ତ ଯାଇଥିଲା।  ପ୍ରଚାର ଗାଡି ମାଧ୍ୟମରେ ସହର ସମେତ ଜିଲ୍ଲାରେ କୋଣ ଅନୁକୋଣରେ ଲୋକମାନଙ୍କୁ ସଚେତନତା କରାଯିବ। ଏହି ସଡ଼କ ସୁରକ୍ଷା ମାସରେ ସମସ୍ତ ଜନସାଧାରଣଙ୍କୁ ସଚେତନତା କରିବା ସହ ସମସ୍ତେ ସଡ଼କ ସୁରକ୍ଷା ଆଇନକୁ ମାନି ଗାଡି ଚଳାଇବେ ବୋଲି ସଚେତନତା କରାଯାଉଛି।

   Related Posts