ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | January 19, 2022 IST

ରାଉରକେଲା ୧୯।୦୧: ବିଶ୍ବସ୍ତରରେ ପୁଣି ଚମକିଛି ରାଉରକେଲା । ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ପ୍ରତିଯୋଗିତାରେ ରାଉରକେଲା ବିଶ୍ୱର ୧୫ଟି ସହର ଭିତରେ ସ୍ଥାନ ପାଇ ନୂଆ କୀର୍ତ୍ତିମାନ ସ୍ଥାପନ କରିଛି । ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।

{"id":576205,"width":741,"height":741,"sizeSlug":"full","linkDestination":"none"}

ତେବେ ଏହି ଅନ୍ତର୍ଜାତୀୟ ମାନ୍ୟତା ପାଇବାରେ ରାଉରକେଲା ହେଉଛି ଦେଶର ଏକମାତ୍ର ସହର। ଏହି ମର୍ଯ୍ୟାଦାଜନକ ସଫଳତା ସହ ରାଉରକେଲାକୁ ବ୍ଲୁମବର୍ଗ ଫିଲାନଥ୍ରପିକ୍ ସଂସ୍ଥା ପକ୍ଷରୁ ୧ ନିୟୁତ ଆମେରିକୀୟ ଡଲାର ଆର୍ଥିକ ପୁରସ୍କାର ଦିଆଯିବ। ଏହା ସହ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ବୈଷୟିକ ସହାୟତା ଓ ପରାମର୍ଶ ଯୋଗାଇ ଦିଆଯିବ । ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ୍ କରି ରାଉରକେଲା ମହାନଗର ନିଗମ, ରାଉରକେଲା ସ୍ମାର୍ଟସିଟି କର୍ତୃପକ୍ଷଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି।

{"id":576206,"width":726,"height":318,"sizeSlug":"full","linkDestination":"none"}

ଏହି ପ୍ରତିଯୋଗିତାରେ ମୋଟ ୯୯ଟି ଦେଶ ଭାଗ ନେଇଥିଲେ। କୋଭିଡ୍ ମହାମାରୀ ଭଳି ଏକ ଜଟିଳ ସମୟରେ ଅର୍ଥନୈତିକ ପୁନରୁଦ୍ଧାର, ସାମଗ୍ରିକ ଅଭିବୃଦ୍ଧି, ସ୍ୱାସ୍ଥ୍ୟ ଏବଂ ଜନକଲ୍ୟାଣ, ଜଳବାୟୁ ଓ ପରିବେଶ ତଥା ଉତ୍ତମ ଶାସନ ଓ ସମାନତା ଆଦି ବିଷୟକୁ ଆଧାରକରି ଆସିଥିବା ୬୩୦ଟି ପ୍ରସ୍ତାବକୁ ନେଇ ଏହି ପ୍ରତିଯୋଗିତା କରାଯାଇଥିଲା। ସେଥିମଧ୍ୟରୁ ଅଭିନବ ତଥା ଉଦ୍ଭାବନଶୀଳ ପ୍ରକଳ୍ପ ପ୍ରସ୍ତାବ ଲାଗି ପ୍ରଥମ ଦଫାରେ ରାଉରକେଲା ସହିତ ୫୦ଟି ସହର ମନୋନୀତ ହୋଇଥିଲେ। ଚୂଡ଼ାନ୍ତ ପର୍ଯ୍ୟାୟରେ ରାଉରକେଲା ବିଶ୍ୱର ୧୫ଟି ପ୍ରମୁଖ ସହର ମଧ୍ୟରେ ସ୍ଥାନ ପାଇ ଏକ ନୂଆ ଉପଲବ୍ଧି ହାସଲ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.