RSPରେ ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣା : ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି, ୬ ଅସୁସ୍ଥ
6/01/2021 at 12:51 PM

ରାଉରକେଲା ୬।୧: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ପ୍ଲାଣ୍ଟ୍ର କୋଲ୍ କେମିକାଲ୍ ବିଭାଗରେ ଗ୍ୟାସ୍ ଲିକ୍ ହେବା ଯୋଗୁଁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଅସୁସ୍ଥ ଅଛନ୍ତି ।
ସୂଚନାଯୋଗ୍ୟ ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ୍ରେ ବିଷାକ୍ତ ଗ୍ୟାସ୍ ଲିକ୍ ଯୋଗୁଁ ୧୦ ଜଣ ଅସୁସ୍ଥ ହୋଇପଡିଥିଲେ । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିଲା । ଗୁରୁତର ଥିବା ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକମାନେ ହେଲେ ବ୍ରହ୍ମାନନ୍ଦ ପଣ୍ଡା, ଅଭିମନ୍ୟୁ ଶାହା, ରବି ଶାହା ଏବଂ ଗଣେଶ ପାଇଲୋ । ସମସ୍ତେ ଷ୍ଟାର୍ କନଷ୍ଟ୍ରକସନ କମ୍ପାନୀର କର୍ମଚାରୀ । ଅନ୍ୟମାନଙ୍କୁ ଚିକିତ୍ସା ପାଇଁ ଆଇଜିଏଚରେ ଭର୍ତ୍ତି କରାଯାଇଛି । ତେବେ କେଉଁ କାରଣ ଯୋଗୁଁ ଗ୍ୟାସ୍ ଲିକ୍ ହେଲା ସେ ନେଇ ତଦନ୍ତ ଆରମ୍ଭ କରାଯାଇଛି ।
Related Posts
ଜଙ୍ଗଲରେ ନିଆଁ, ଜଳିଗଲା ୧୫ ଶହରୁ ଅଧିକ ଗଛ
19 January 2021
ଉତ୍ତର ଦିଲ୍ଲୀର ବର୍ଜ୍ୟରୁ ପ୍ରସ୍ତୁତ ହେବ ଇନ୍ଧନ: ଧର୍ମେନ୍ଦ୍ର ପ୍ରଧାନ
19 January 2021
ଉଦଳା: ବାଇକ୍ ଡିକି ଭାଙ୍ଗି୨ ଲକ୍ଷ ଟଙ୍କା ଲୁଟି ନେଲେ ଲୁଟେରା
19 January 2021