ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗୱତ

Published By : Prameya-News7 Bureau | October 11, 2019 IST

ଭୁବନେଶ୍ବର ୧୧।୧୦: ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗୱତ । ଆସନ୍ତା ୧୨ରୁ ୨୦ ଯାଏଁ ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ଆରଏସ୍ଏସ୍ ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କାର୍ଯ୍ୟକ୍ରମରେ ଯୋଗଦେବେ ମୋହନ ଭାଗୱତ ।

ସେ ଏହି କାର୍ଯ୍ୟକ୍ରମ ପାଇଁ ୯ ଦିନ ଧରି ଓଡ଼ିଶାରେ ରହିବେ । ଆସନ୍ତା ୧୫ ତାରିଖରେ ଏହି କାର୍ଯ୍ୟକ୍ରମରେ ବିଜେପି କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଯୋଗଦେବେ । ସେ ୧୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ । ଆରଏସ୍ଏସ୍ କାର୍ଯ୍ୟକାରୀ ମଣ୍ଡଳ କାର୍ଯ୍ୟକ୍ରମ ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.