Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ପାରିବାରିକ କଳହରୁ ବିଷ ପିଇଥିଲେ, ମେଡିକାଲ ଯିବା ବାଟରେ ଦୁର୍ଘଟଣା; ଚାଲିଗଲା ଖୁଡ଼ି-ପୁତୁରାଙ୍କ ଜୀବନ

23/08/2020 at 9:17 AM

ବଣାଇ ୨୩।୦୮: ସୁନ୍ଦରଗଡ ଜିଲ୍ଲା ବଣାଇ ଲହୁଣୀପଡା ସୁଖାବନ୍ଧ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ଗାଡି ଧକ୍କାରେ ଖୁଡି ଓ ପୁତୁରା ମୃତ ଓ ଅନ୍ୟ ୨ ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ,  ବିଲମ୍ବିତ ରାତିରେ ଲମସି ଗାଁର ନରୋତ୍ତମ ପାତ୍ର ଘରୋଇ କଳିକୁ ନେଇ ବିଷ ପିଇ ଦେଇ ଥିଲେ। ପରିବାର ପକ୍ଷରୁ ଜାଣିବା ପରେ ଖୁଡ଼ି ଓ ସାହିର ଅନ୍ୟ ଦୁଇ ଜଣଙ୍କ ସହାୟତାରେ ଏକ ମାରୁତି ଭ୍ୟାନରେ ଲହୁଣୀପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଉଥିଲା ।

ହେଲେ ରାଜାମୁଣ୍ଡାରୁ କୋଇଡ଼ାକୁ ଯାଉଥିବା ବେଳେ ମାରୁତି ଭ୍ୟାନ ଗାଡିକୁ  ଟ୍ରକ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଖୁଡି ହେମଲତା ଓ ପୁତୁରା ନରୋତ୍ତମ ପାତ୍ରଙ୍କ ମୃତ୍ୟୁ ହୋଇଥିଲା । ଲହୁଣୀପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଦୁଇ ଜଣଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି । ଖୁଡି ଓ ପୁତୁରାର ଶବକୁ ପୋଷ୍ଟମର୍ଟମ ଲାଗି ଲହୁଣୀପଡା ମେଡିକାଲକୁ ପଠାଇଛି।  

   Related Posts