Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ

30/11/2021 at 7:25 AM

ଜଗତସିଂହପୁର, ୩୦|୧୧ :ଆରମ୍ଭ ହେଲା ଉପକୁଳରେ ଦୁଇଦିନିଆ ସମରାଭ୍ୟାସ । ସାଗର କବଚ ଓଡି -୨୧ ନାମରେ ଚାଲିଛି ସମରାଭ୍ୟାସ ।

ଭାରତୀୟ ତଟରକ୍ଷୀ ବାହିନୀ, ମେରାଇନ ପୋଲିସ, କଷ୍ଟମ, ବନବିଭାଗ  ସାମିଲ ଏହି ଯୁଦ୍ଧାଭ୍ୟାସରେ ସାମିଲ ହୋଇଛନ୍ତି ।ମତ୍ସ୍ୟ ବିଭାଗ, ଇମିଗ୍ରେସନ ଡିପାର୍ଟମେଣ୍ଟ ମଧ୍ୟ ସାମିଲ ହୋଇଛି । ବ୍ଲୁ ଓ ରେଡ୍ ଦୁଇଟି ଟିମ୍ ହୋଇ ଏହା ଚାଲିଛି ।

ଉପକୁଳକୁ ବ୍ଲୁ ବାହିନୀ ଜଗିରହିଥିବା ବେଳେ ରେଡ୍ ବାହିନୀ ଶତ୍ରୁ ପକ୍ଷ ହୋଇ ଦୂର ସମୁଦ୍ରକୁ ଯାତ୍ରା କରି ପୁଣି ଉପକୁଳ ମୁହାଁ ହୋଇ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହେବେ । ବ୍ଲୁ ବାହିନୀ ଉପକୁଳକୁ ରକ୍ଷା କରିବା ପାଇଁ ଶତ୍ରୁ ପକ୍ଷକୁ କଡା ଜବାବ ଦେବାକୁ ପ୍ରସ୍ତୁତ । ବାହ୍ୟ ଶତ୍ରୁ ଠାରୁ ଉପକୂଳକୁ ରକ୍ଷା କରିବା ପାଇଁ ଏହି ସମରାଭ୍ୟାସ ପ୍ରତି ବର୍ଷ କରାଯାଇଥାଏ  । କିଭଳି ଭାବେ ଜଳ ପଥ ଦେଇ ଉପକୂଳକୁ କେହି ଅନୁପ୍ରବେଶକାରୀ  ପଶି ନଯିବେ ସେନେଇ ସମସ୍ତ ବିଭାଗକୁ ସଚେତନତା କରିବା ଏହି ସମରାଭ୍ୟାସର ମୂଳ ଲକ୍ଷ୍ୟ ବୋଲି କୁହଯାଏ ।

   Related Posts