Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

କରୋନା ମୃତକଙ୍କ ପରିବାରକୁ ୪ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା : SDRFରୁ ମିଳିବ ଅର୍ଥ

14/03/2020 at 3:52 PM

ନୂଆଦିଲ୍ଲୀ ୧୪।୦୩: ସାରାବିଶ୍ବରେ ଆତଙ୍କ ଖେଳାଇଛି କରୋନା ଭୂତାଣୁ । ବର୍ତ୍ତମାନ ସୁଦ୍ଧା କରୋନାରେ ମୃତ୍ୟୁ ସଂଖ୍ୟା ୪୬ଶହ ପାର ହୋଇସାରି ଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ପାର ହୋଇସାରିଲାଣି । ତେବେ ଏହାରି ଭିତରେ ଭାରତରେ କରୋନା ଭୂତାଣୁରେ ଜଣଙ୍କର ମୃତ୍ୟୁ ହୋଇଥିବା ସାମ୍ନାକୁ ଆସିଛି । ଭାରତରେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଜଣଙ୍କ କରୋନାରେ ମୃତ୍ୟୁ ହୋଇସାରିଛି । ତେବେ କରୋନାରେ ମୃତକଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତ୍ୟେକ ମୃତକଙ୍କୁ ୪-୪ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ଭାରତ ସରକାର ।

ଦିଲ୍ଲୀକେ କରୋନା ଭାଇରସରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଦିଲ୍ଲ ଆରଏମ୍‌ଏଲ୍‌ ମେଡିକାଲରେ ଶୁକ୍ରବାର ଦିନ ୬୮ବର୍ଷର ଜଣେ ମହିଳା ପ୍ରାଣ ହରାଇଛନ୍ତି । ଭାରତରେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଜଣଙ୍କ ମୃତ୍ୟୁ ହୋଇସାରିଛି । ତେବେ ମୃତ୍ୟୁ ହୋଇଥିବା ମହିଳାଙ୍କ ପୁଅ ୫ରୁ୨୨ଫେବୃଆରୀ ମଧ୍ୟରେ ସ୍ବଜରଲ୍ୟାଣ୍ଡ ଓ ଇଟାଲୀ ଗସ୍ତ କରିଥିଲେ । ମୃତକ ମହିଳାଙ୍କ ପୁଅଙ୍କ ଚିକିତ୍ସା ଜାରି ରହିଛି । ସଂଖ୍ୟା ଅନୁସାରେ ଭାରତରେ ବର୍ତ୍ତମାନ ପର୍ଯ୍ୟନ୍ତ ୮୫ଜଣ ଆକ୍ରାନ୍ତ ଥିବା ଜଣାପଡିଛି । ସମସ୍ତଙ୍କ ଚିକିତ୍ସା ଜାରି ରହିଛି । ସେମାନଙ୍କ ମଧ୍ୟରୁ ୧୦ଜଣଙ୍କ ସ୍ବାସ୍ଥ୍ୟବସ୍ଥା ସୁଧୁରୁଛି । ଏବଂ ସେମାନେ ଘରକୁ ଫେରିଯାଇଛନ୍ତି । ବର୍ତ୍ତମାନ ୭୩ଜଣ ଲୋକ କରୋନାରେ ପୀଡିତ ହୋଇ ଚିକିତ୍ସା ହେଉଛନ୍ତି ।

   Related Posts