Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ସହିଦ ଲକ୍ଷ୍ମଣଙ୍କୁ ଝୁରୁଛି ଗାଁ : ସମସ୍ତଙ୍କ ଆଖିରୁ ଲୁହ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

16/05/2021 at 12:53 PM

ପାଟଣା ୧୬।୦୫: ସମସ୍ତ ଙ୍କ ଆଖିରୁ ଝରୁଥିଲା ଲୁହ । ଲଢ଼ୁଆ ପୁଅ ଲକ୍ଷ୍ମଣ ମାଝୀଙ୍କ ମରଶରୀର କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଶଙ୍ଖୁଆ ପଞ୍ଚାୟତ ଜାରିକିନାଳି ଗାଁରେ ପହଞ୍ଚିବା ପରେ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ ।

ଖବର ଅନୁଯାୟୀ, ଗତ ୧୩ ତାରିଖ ସକାଳ ୯ ଟା ସମୟ ରେ ଗୌହାଟୀ ମେଡିକାଲ କଲେଜ ରେ ଚିକିତ୍ସାଧୀନ ଅବସ୍ଥାରେ ଲକ୍ଷଣଙ୍କ ମୃତ୍ୟୁ ଘଟିଥିଲା । ଗତକାଲି ରାତିରେ ତାଙ୍କର ମରଶରୀର ଗାଁ ରେ ପହଞ୍ଚିବା ପରେ ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୈତୃକ ଗାଁରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଏହାକୁ ନେଇ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । କାନ୍ଦ ବୋବାଳିରେ ଫାଟି ପଡୁଛି ପୁରା ଗାଁ । ଲକ୍ଷ୍ମଣ ଅରୁଣାଚଳ ପ୍ରଦେଶର ଆଇଟିବିପି ୨୦ ବାଟାଲିୟନରେ ଯୋଗଦେଇ ଭାରତ -ଚୀନ ସୀମାନ୍ତଏଲନ ଠାରେ ଯୋଗ ଦେଇଥିଲେ । ସେଠାରେ କାର୍ଯ୍ୟରତ ଅବସ୍ଥାରେ ଅସୁସ୍ଥ ହେବାରୁ ତାଙ୍କୁ ଗୌହାଟୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମରଶରୀର ଗାଁ ରେ ପହଁଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି।

   Related Posts