Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ବ୍ରହ୍ମପୁର: ସାଇ କଂପ୍ଲେକ୍ସରେ ଅଗ୍ନିକାଣ୍ଡ

10/11/2021 at 7:57 PM

ବ୍ରହ୍ମପୁର ୧୦/୧୧: ବ୍ରହ୍ମପୁର ଗାନ୍ଧୀନଗର ନିକଟ ସାଇ କଂପ୍ଲେକ୍ସରେ ଅଗ୍ନିକାଣ୍ଡ । ସଟ୍‌ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ମିଟର୍ ରୁମ୍‌ରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଅଗ୍ନିକାଣ୍ଡ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ଖବର ମିଳିନାହିଁ।

ସାଇ କଂପ୍ଲେକ୍ସରେ ଅଗ୍ନିକାଣ୍ଡ ଖବର ଶୁଣି ସେଠାରେ ଭିଡ଼ ଜମା ହୋଇଥିଲା। ପରେ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ସଟ ସର୍କିଟ୍‌ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିଲା ବୋଲି ଲୋକେ କହୁଥିବା ବେଳେ ଏହା ପଛର ଆଉ କଣ କାରଣ ଅଛି କି ନାହିଁ ସେନେଇ ଯାଞ୍ଚ କରାଯାଉଛି ।

   Related Posts