Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

୧୯୮୪ ଶିଖ୍ ବିରୋଧୀ ଦଙ୍ଗା ମାମଲା ; ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ ପୂର୍ବତନ କଂଗ୍ରେସ ନେତା ସଜ୍ଜନ କୁମାର

23/12/2018 at 10:54 AM

ନୂଆଦିଲ୍ଲୀ ୨୩|୧୨: ୧୯୮୪ ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ ପୂର୍ବତନ କଂଗ୍ରେସ ନେତା ସଜ୍ଜନ କୁମାର। ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ଦିଲ୍ଲୀ ହାଇକୋର୍ଟ ସଜ୍ଜନ କୁମାରଙ୍କୁ ଆଜୀବନ ସଜା ଶୁଣାଇଥିଲେ। ଏଥିପାଇଁ ଡିସେମ୍ବର ୩୧ ସୁଦ୍ଧା ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଦିଲ୍ଲୀ ହାଇକୋର୍ଟଙ୍କ ରାୟରେ ରୋକ ଲଗାଇବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ସଜ୍ଜନ କୁମାର । ଦିଲ୍ଲୀ ହାଇକୋର୍ଟ ଦେଇଥିବା ରାୟକୁ କାର୍ଯ୍ୟକାରୀ ନ କରିବାକୁ ସୁପ୍ରିମକୋର୍ଟରେ କରିଥିବା ଆବେଦନରେ ଦର୍ଶାଇଛନ୍ତି। ପୂର୍ବରୁ ଆତ୍ମ ସମର୍ପଣ ପାଇଁ ୩୦ ଦିନ ସମୟ ମାଗିଥିଲେ । ତେବେ କୋର୍ଟ ତାଙ୍କର ଆବେଦନ ଖାରଜ କରିଦେଇଥିଲେ। ଡିସେମ୍ବର ୧୭ରେ ଦେଇଥିବା ରାୟରେ ଦିଲ୍ଲା ହାଇକୋର୍ଟ ୧୯୮୪ ଶିଖ୍ ବିରୋଧୀ ଦଙ୍ଗାକୁ କୋର୍ଟ ନରସଂହାର, ଗଣହତ୍ୟା ବୋଲି କହିଥିଲେ। ସଜ୍ଜନ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ସଜା ଶୁଣାଇଥିଲେ। ଏବେ ଶୀତ ଛୁଟି ଚାଲିଥିବାରୁ ଡେଡଲାଇନ ପୂର୍ବରୁ ମାମଲାର ତୁରନ୍ତ ଶୁଣାଣି ପାଇଁ ସଜ୍ଜନକୁମାରଙ୍କ ଓକିଲ କୋର୍ଟରେ ପ୍ରାର୍ଥନା କରିଛନ୍ତି।

   Related Posts