Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଜୀବନ ହାରିଲେ ଆଉ ଜଣେ କୋଭିଡ୍ ଯୋଦ୍ଧା : କରୋନା ଆକ୍ରାନ୍ତ ହୋଇ ପ୍ରାଣ ହରାଇଲେ ସାମ୍ବାଦିକ ପ୍ରଦୀପ କିଶୋର ସାହୁ

7/05/2021 at 11:07 AM

ବ୍ରହ୍ମପୁର, ୦୭।୦୫: କରୋନା କବଳରେ ଏବେ ଖବରଦାତା । ଜଣଙ୍କ ପରେ ଜଣେ ହାରୁଛନ୍ତି ଜୀବନ ।  ରାଜ୍ୟରେ କରୋନ ସଂକ୍ରମଣ ବଡିବାରେ ଲାଗିଛି। ଦୈନିକ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଅନେକ ଆକ୍ରାନ୍ଚତ ଜୀବନ ମଧ୍ୟ ହାରୁଛନ୍ତି ।  ଏହା ମଧ୍ୟରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି। ଏକ ଦୈନିକଖବରକାଗଜର ଗଞ୍ଜାମ ଜିଲ୍ଲା ପ୍ରତିନିଧି ପ୍ରଦୀପ କିଶୋର ସାହୁଙ୍କ ଶୁକ୍ରବାର ଦିନ କରୋନାରେ ପରଲୋକ ହୋଇଛି।

ପ୍ରଦୀପ କିଶୋର ପୁରୀ, ଖୋର୍ଦ୍ଧା, ବାରିପଦା ସହ ଓଡ଼ିଶାର ବିଭିନ୍ନ ସ୍ଥାନରେ କାର୍ଯ୍ୟ କରିଥିଲେ। ୪୩ ବର୍ଷ ବୟସରେ ତାଙ୍କ ପରଲୋକ ହୋଇଛି। ଶ୍ରୀ ସାହୁଙ୍କୁ ମିଶାଇ କରୋନାର ଦ୍ବିତୀୟ ଲହରୀରେ ରାଜ୍ୟର ୧୭ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ, ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୧୨୪୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୬୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୨୩୨୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୪୧୮୨୧୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts