Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଗୁଳିମାଡରେ ସମାଜବାଦୀ ପାର୍ଟି ନେତାଙ୍କ ସମେତ ୨ ମୃତ, ଅଭିଯୋଗରେ ୧୧ ଗିରଫ

4/04/2020 at 11:45 AM

ଲକ୍ଷ୍ନୌ ୪।୪: କରୋନା ଭାଇରସ୍ ର ମୁକାବିଲା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି । ଯାହା ଅପ୍ରେଲ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ସମୟରେ, ୟୁପିର ଗୋଣ୍ଡା ଜିଲ୍ଲାରେ ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି । ଗୁଳିମାଡ କରି ସମାଜବାଦୀ ପାର୍ଟି ନେତାଙ୍କୁ ହତ୍ୟା କରାଯାଇଛି । ଏହି ମାମଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହସ୍ତକ୍ଷେପ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ୟୁପି ଗୋଣ୍ଡାରେ ଗୁଳି ବିନିମୟରେ ସମାଜବାଦୀ ପାର୍ଟି (ଏସପି) ନେତାଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଏହି ମାମଲାରେ ପୋଲିସ ଅଧୀକ୍ଷକ କହିଛନ୍ତି ଯେ, ଦୁଇ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୧୧ ଜଣଙ୍କୁ ଗିରଫ କରାଯାଇଛି । ଏଥିସହିତ ଉମରି ବେଗମଗଞ୍ଜ ଦାୟିତ୍ବରେ ଥିବା ଇନ୍ସପେକ୍ଟରଙ୍କୁ ନିଲମ୍ବିତ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଏହି ଘଟଣା ନେଇ ଅବଗତ ହୋଇଛନ୍ତି ଏବଂ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ମାଜିଷ୍ଟ୍ରେଟ ଏବଂ ପୋଲିସ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ମାମଲାରେ ଜଡିତ ଥିବା ବ୍ୟକ୍ତିଙ୍କ ବିରୋଧରେ NSA ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଲକ୍ ଡାଉନ୍ ବେଳେ ଏହି ଘଟଣା ଘଟିଥିବାରୁ ସେ ଗୋଣ୍ଡା ଜିଲ୍ଲା ମାଜିଷ୍ଟ୍ରେଟ୍ ଏବଂ ପୋଲିସ ଅଧୀକ୍ଷକଙ୍କୁ ଚେତାବନୀ ଦେଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ସମାଜବାଦୀ ପାର୍ଟି ନେତା ଲାଠି ସିଂଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ଗୁଳି ବିନିମୟରେ ସମାଜବାଦୀ ପାର୍ଟି ନେତାଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ରାଜନୈତିକ ବିବାଦରୁ ଏହା ଘଟିଥିବା ସନ୍ଦେହ କରାଯାଉଛି । ସମାଜବାଦୀ ପାର୍ଟି ନେତା ଲାଠି ସିଂ ପରାସ ପଟ୍ଟିର ମୁଖ୍ୟ ଥିଲେ ।

ଏହି ସମ୍ବେଦନଶୀଳ ମାମଲା ରାଜନୈତିକ ବ୍ୟକ୍ତିତ୍ବଙ୍କ ସହିତ ଜଡିତ । ଏହି ଗୁଳି ବିନିମୟ ଖବର ଲୋକଙ୍କ ନିକଟରେ ପହଞ୍ଚିବା ମାତ୍ରେ ଜିଲ୍ଲା ଡାକ୍ତରଖାନାରେ ନେତାଙ୍କ ସମାଗମ ଦେଖିବାକୁ ମିଳିଥିଲା ।

   Related Posts