Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ସାଂସଦ ଆଜମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ, ICUରେ ଭର୍ତ୍ତି

10/05/2021 at 7:28 PM

ଲକ୍ଷ୍ନୌ ୧୦/୦୫ : ସମାଜବାଦୀ ପାର୍ଟି ସାଂସଦ ଆଜମ ଖାନ ଗୁରୁତର ହୋଇପଡିଛନ୍ତି । କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ସ୍ବାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ଲକ୍ଷ୍ନୌ ସ୍ଥିତ ମେଦାନ୍ତ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ଗତ ରବିବାର ସୀତାପୁର ଜିଲ୍ଲା ଜେଲରେ କଏଦୀ ଥିବା ଆଜମ ଖାନଙ୍କ ସ୍ବାସ୍ଥ୍ୟବସ୍ଥା ଅଚାନକ ବିଗିଡିଯାଇଥିଲା । ଏହାପରେ ତାଙ୍କୁ ତୁରନ୍ତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ସୂଚନାଯୋଗ୍ୟ, ପାସପୋର୍ଟ ନମ୍ବର ଜାଲିଆତି ମାମଲାରେ ୨୦୨୦ ଫେବୃଆରୀ ୨୭ ତାରିଖରୁ ଜେଲରେ ଥିବା ଆଜମ ଖାନ ଏବଂ ତାଙ୍କ ପୁଅ ଅବଦୁଲ୍ଲା ଖାନ ଗତ ଏପ୍ରିଲ ୩୦ ତାରିଖରେ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା । ତେବେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ନେବାକୁ କୁହାଯିବାରୁ ସେ ଯିବାକୁ ରାଜି ହୋଇନଥିଲେ । ବହୁ ସମୟ ବୁଝା ସୁଝା କରିବା ପରେ ​‌ସେ ହସ୍ପିଟାଲ ଯିବାକୁ ଶେଷରେ ରାଜି ହୋଇଥିଲେ ।

ପରେ ଆଜମ ଖାନ ଏବଂ ତାଙ୍କ ପୁଅଙ୍କୁ ଆମ୍ବୁଲାନ୍ସ ଯୋଗେ ଲକ୍ଷ୍ନୌ ପଠାଯାଇଥିଲା । କଡା ସୁରକ୍ଷା ବଳୟ ମଧ୍ୟରେ ଏମ୍‌ଡିଏମ୍‌ ଅମିତ ଭଟ୍ଟ, ସିଟି ସିଓ ପିୟୁସ କୁମାର ସିଂହ, ଇନସ୍ପେକ୍ଟର ଓପି ରାୟ ଗାର୍ଦଙ୍କ ନେତୃତ୍ବରେ ଉଭୟଙ୍କୁ ହସ୍ପିଟାଲ ନିଆଯାଇଥିଲା ।

   Related Posts