Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ଫେଲ୍ ମାରିଲା ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ନିକଟରୁ ୩୧ ରନରେ ହାରିଲା ଭାରତ
  • ||
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||

ଟ୍ରକ ଧକ୍କାରେ ଓଲଟିଲା ‘ବୁଲ୍‌ବୁଲ୍‌’, ୧୦ ଆହତ

4/02/2020 at 12:56 PM

ସମ୍ବଲପୁର ୦୪।୦୨: ଯାତ୍ରୀବାହୀ ବସ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ୧୦ ଯାତ୍ରୀ ଆହତ ହୋଇଥିବା ସୂଚନା । ସମ୍ବଲପୁର ଜିଲ୍ଲା ବୁର୍ଲା ଓଭରବ୍ରିଜ ନିକଟରେ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ବୁଲ୍‌ବୁଲ୍‌ ନାମକ ଯାତ୍ରାବାହୀ ବସ୍‌ ବୁର୍ଲାକୁ ପ୍ରବେଶ ସମୟରେ ପଛପଟୁ ଦ୍ରୁତଗତିରେ ଆସୁଥିବା ଟ୍ରକ ଧକ୍କା ଦେଇଥିଲା । ଦୁର୍ଘଟଣା ହେବା ଫଳରେ ବସ୍‌ ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ବସ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୦ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । ବସ୍‌ରେ ପ୍ରାୟ ୪୦ଜଣରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ । କିଛି ଆହତମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଚାଡିଦିଆଯାଇଛି ।

ଦୁର୍ଘଟଣାରେ ବସ୍‌ ଡ୍ରାଇଭର ଓ ହେଲ୍‌ପର ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ବୁର୍ଲା ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାଗ୍ରସ୍ତ ବସ୍‌ରେ ଯାତ୍ରା ଛାତ୍ରଛାତ୍ରୀମାନେ କୋରାପୁଟ ମେଡିକାଲ କଲେଜରୁ  ବୁର୍ଲା ମେଡିକାଲ କଲେଜକୁ ଭ୍ରମଣ କରୁଥିବାର ସୂଚନା ମିଳିଛି ।

   Related Posts