Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନା ସଂକ୍ରମିତ

14/09/2020 at 12:38 PM

ଭୁବନେଶ୍ୱର ୧୪।୦୯: କରୋନାରେ ଆକ୍ରାନ୍ତ ହେଲେ ଆଉ ଜଣେ ମନ୍ତ୍ରୀ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ଏହାସହିତ ତାଙ୍କ ପତ୍ନୀ ସଙ୍ଗୀତ ଦାଶ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି ବୋଲି ସୂଚନା ଦେଇଛନ୍ତି ।

ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ସହିତ ପତ୍ନୀ ସଙ୍ଗୀତ ଦାସ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ଉଭୟ ସୁସ୍ଥ ଅଛନ୍ତି । ତେବେ ଗତ ସାତ ଦିନ ଭିତରେ ମନ୍ତ୍ରୀ ଓ ତାଙ୍କ ପତ୍ନୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜ ନିଜର କରୋନା ଟେଷ୍ଟ କରାଇବାକୁ ଅନୁରୋଧ କରିଛନ୍ତି ।

ଏହାପୂର୍ବରୁ ମନ୍ତ୍ରୀ ସୁଶାନ୍ତ ସିଂହ, ପଦ୍ମୀନି ଦିଆନ, ଟୁକୁନି ସାହୁ ଆଦି ନେତାମାନେ କରୋନାରେ ସଂକ୍ରମିତ ହୋଇସାରିଛନ୍ତି । ସେହିପରି ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତୀ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

କରୋନା ମହାମାରୀ ରୂପେ ମାଡିଚାଲିଛି । ଏହି ଭାଇରସରେ ପ୍ରତିଦିନ ନୂଆ ନୂଆ ରେକର୍ଡ ସୃଷ୍ଟି କରୁଛି । ପ୍ରଥମେ ସାଧାରଣ ଲୋକ, ଏବେ ମନ୍ତ୍ରୀ ଓ ନେତାମାନଙ୍କ କରୋନା ରେ ସଂକ୍ରମିତ ହେଉଛନ୍ତି । ଯାହାଫଳରେ କି ଭୟର ବାତାବାରଣ ସୃଷ୍ଟି ହୋଇଛି ।

   Related Posts