Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାକଲା ଆପ୍‌, ତାଲିକାରେ ଅନେକ ଉଚ୍ଚ ଶିକ୍ଷିତ
  • ||
  • ଆସେସ୍‌ ସିରିଜ୍ କବଜା କଲା ଅଷ୍ଟ୍ରେଲିଆ, ଇଂଲଣ୍ଡକୁ ୪-୦ରେ ମୂଳପୋଛ କରି ଇତିହାସ ରଚିଲା କଙ୍ଗାରୁ ବାହିନୀ
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ରେକର୍ଡ ୪୪୫୨ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୦୩ଜଣ ଡିସଚାର୍ଜ
  • ||
  • ମୋହନା: ଅଟୋ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ୭ ଆହତ
  • ||
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||

ଝାରସୁଗୁଡାରୁ କରୋନା ସଂକ୍ରମିତ ଚିହ୍ନଟ, ସମ୍ପୂର୍ଣ୍ଣ ଅଞ୍ଚଳକୁ ସାନିଟାଇଜ ସହ କଟକଣା ଜାରି କଲା ପ୍ରଶାସନ

23/05/2020 at 3:52 PM

ଝାରସୁଗୁଡା ୨୩।୦୫: ଝାରସୁଗୁଡାରେ ୩ଟି ନୂଆ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଝାରସୁଗୁଡା ସହରର ମଙ୍ଗଳ ବଜାର ଅଞ୍ଚଳ ଓ ବ୍ରଜରାଜନଗରର ହିଲଟପ ଅଞ୍ଚଳରେ ସାନିଟାଇଜ କରାଯାଇଛି । ଏହି ଅଞ୍ଚଳକୁ ମଧ୍ୟ ସିଲ କରି ଜନସାଧାରଣଙ୍କୁ ଘରୁ ନ ବାହାରିବାକୁ କୁହାଯାଇଛି।

କଣ୍ଟେନମେଣ୍ଟ ଜୋନ୍‌ ଅଞ୍ଚଳରେ ଜନସାଧାରଣଙ୍କ ସୁବିଧା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବା ବ୍ୟବସ୍ତା କରାଯାଇଛି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ସନ୍ଧ୍ୟାରେ ମଙ୍ଗଳ ବଜାର ଅଞ୍ଚଳରେ ଆଗ୍ରାରୁ ଫେରିଥିବା ଏକ ପରିବାରର ଜଣେ ୫ବର୍ଷର ଶିଶୁ କରୋନାରେ ଆକ୍ରାନ୍ତ ହୋଇଥିବା ଜିଲ୍ଲାପାଳ ସୂଚନା ଦେଇଥିଲେ ।

ଆଜି ସକାଳୁ ସେହି ପରିବାରର ଅନ୍ୟ ଜଣେ ଏକ ବର୍ଷର ଶିଶୁ କନ୍ୟା କରୋନାରେ ଆକ୍ରାନ୍ତ ହେବା ସହ ବ୍ରଜରାଜନଗରର ହିଲଟପ କଲୋନୀ ନିଜଟରେ ଜଣେ ୪୦ ବର୍ଷୀୟ ମହାରଷ୍ଟ୍ର ଫେରନ୍ତାଙ୍କ ନିକଟରେ କରୋନା ବାହାରି ଥିବା ଜିଲ୍ଲାପାଳ ସୂଚନା ଦେଇଥିଲେ । ଏହାପରେ ସେହି ଅଞ୍ଚଳକୁ ସିଲ କରାଯାଇ ପୋଲିସ ପଇଁତରାକୁ ଜୋରଦାର କରାଯାଇଛି।

   Related Posts