Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ବିଶୋଧନ ହେଉଛି ଶ୍ରୀମନ୍ଦିର ଭିତର ଓ ବାହାର , ସୋମବାର ଠାରୁ ଲାଗୁ ହେବ ନୂଆ SOP

18/04/2021 at 11:08 AM

ପୁରୀ ୧୮।୦୪: ସାନିଟାଇଜ ହେଉଛି ଶ୍ରୀମନ୍ଦିର । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ବିଶୋଧନ କରାଯାଇଛି । ପୂର୍ବ ନିଷ୍ପତି ଅନୁଯାୟୀ ରବିବାର ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇ ସାନିଟାଇଜ କରାଯାଉଛି । ଅଗ୍ନିଶମ ବାହିନୀ ପୌର ସଂସ୍ଥା ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଶ୍ରୀମନ୍ଦିରର ଚାରିଦ୍ୱାର, ଜୋତା ଷ୍ଟାଣ୍ଡ, କିଓସ୍କ, ବ୍ୟାରିକେଡ଼ ଓ ଅନ୍ୟାନ୍ୟ ସବୁ ସ୍ଥାନକୁ ବିଶୋଧନ କରାଯାଉଛି ।

ଆସନ୍ତା ୨୪ ତାରିଖରୁ ଶନିବାର ଓ ରବିବାର ଉଭୟ ଦିନ ଶ୍ରୀମନ୍ଦିରର ଦର୍ଶନ ବନ୍ଦ କରାଯାଇ ବିଶୋଧନ କରାଯିବ । ସଂକ୍ରମଣକୁ ଦୃଷ୍ଟିରେ ରଖି ସୋମବାରଠାରୁ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ପ୍ରସ୍ତୁତ ନୂଆ SOPକୁ ଲାଗୁ କରାଯିବ । ଏଥିପାଇଁ ରାଜ୍ୟ ବାହାରର ଦର୍ଶନାର୍ଥୀ ଭକ୍ତଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି । ରାଜ୍ୟ ବାହାରର ଭକ୍ତ ମାନେ RTPCR କୋଭିଡ ନେଗେଟିଭ ସାଟିଫିକେଟ କିମ୍ବା ଟିକାର ଦୁଇଟି ଡୋଜର ପ୍ରମାଣ ପତ୍ର ଦେଖାଇ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିପାରିବେ । ଏହାଛଡା ଭକ୍ତ ମାନେ ହାତ ସାନି ଟାଇଜ କରିବା ଓ ନିୟମକୁ ପାଳନ ପାଇଁ ସ୍ୱତନ୍ତ୍ର କିଓସ୍କ ସ୍ଥାପନ କରାଯାଇଛି ।

   Related Posts