LIVE TV

ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା, ଦୁଇ ବିଭାଗରୁ ରିପୋର୍ଟ ମାଗିଲା ମହିଳା ଓ ଶିଶୁ ବିକାଶ ବିଭାଗ

NEWS7
sanju-panda-new-odisha-high-court-chief-justice

ଭୁବନେଶ୍ବର ୧୦: ୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ସୁଭଦ୍ରାପାଇଁ ଅଯୋଗ୍ୟ ହେବେ ଛାତ୍ରୀ ଛାତ୍ରୀମାନେ ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃଦ୍ଧି ପାଉଛନ୍ତି କି ? କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ ଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଛି କି ? ଯଦି ଆପଣ ଏପରିକି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିବେ ​​​​​​​ଏନେଇ ଦୁଇ ବିଭାଗରୁ ରିପୋର୍ଟ ମାଗିଲା ମହିଳା ଓ ଶିଶୁ ବିକାଶ ବିଭାଗ । ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛି ବିଭାଗ

ସୁଭଦ୍ରାନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହେବେ ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି । ଛାତ୍ରୀମାନଙ୍କୁ ଯେଉଁ ବୃତ୍ତି ରାଶି ପ୍ରଦାନ କରାଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି, ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇ ପାରୁନାହିଁ ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ନେଇଛନ୍ତି ତା'ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଚିଠି ଲେଖିଛି ବିଭାଗ