Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ବ୍ରହ୍ମପୁର ମହାନଗର ନିଗମର ଶଙ୍କରପୁର ସାହିକୁ କଣ୍ଟ୍ରୋଲ ଜୋନ୍ ଘୋଷଣା

16/05/2020 at 8:07 AM

ବ୍ରହ୍ମପୁର ୧୬।୫: ବ୍ରହ୍ମପୁର ମହାନଗର ନିଗମର ଶଙ୍କରପୁର ସାହିକୁ କଣ୍ଟ୍ରୋଲ ଜୋନ୍‌ ଭାବେ ଘୋଷଣା କରାଯାଇଛି । କରୋନା ସଂକ୍ରମିତ ଅଞ୍ଚଳରୁ ଅଧିକ ଲୋକ ଏହି ଅଞ୍ଚଳକୁ ଆସିଥିବାରୁ ଏଠାରେ ଏଭଳି ଘୋଷଣା କରାଯାଇଥିବା ଜଣାପଡିଛି । କଣ୍ଟ୍ରୋଲ ଜୋନ୍‌ ଭାବେ ଘୋଷଣା କରାଯିବା ପରେ ସଂପୃକ୍ତ ଅଞ୍ଚଳକୁ ବାହାର ଲୋକଙ୍କୁ ପ୍ରବେଶ ପାଇଁ ବାରଣ କରାଯାଇଛି । ଏହାସହ ଏହି ଅଞ୍ଚଳରେ ଦୋକାନ ବଜାର ସବୁ ବନ୍ଦ କରିଦିଆଯାଇଛି ।

ଏଭଳି ସ୍ଥିତିରେ ଘରେ ଥିବା ଲୋକଙ୍କ ଔଷଧ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ମହାନଗର ନିଗମ ଯୋଗାଇବ ବୋଲି ଜଣାପଡିଛି । ତେବେ ପରବର୍ତ୍ତୀ ଆଦେଶ ଯାଏଁ କଣ୍ଟ୍ରୋଲ ଜୋନ୍‌ ନିର୍ଦ୍ଦେଶନାମା ବଳବତ୍ତର ରହିବ ବୋଲି ଜଣାପଡିଛି । ଏନେଇ ବ୍ରହ୍ମପୁର ମହାନଗର ନିଗମ କମିଶନର ଚକ୍ରବର୍ତ୍ତୀ ସିଂହ ରାଠୋର ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲାରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୬୪ ରହିଛି । ସେଥିମଧ୍ୟରୁ ୨୬୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଜିଲ୍ଲାରେ ମାତ୍ର ଦୁଇ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

   Related Posts