Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧: କୋଲକାତା ନାଇଟ ରାଇଡର୍ସ ସାମ୍ନାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଆତ୍ମ ସମର୍ପଣ
  • ||
  • ଅଖାଡା ପରିଷଦର ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ନିଧନ, ଫାଶିରେ ଝୁଲୁଥିବା ଅବସ୍ଥାରେ ମିଳିଲା ମୃତଶରୀର
  • ||
  • ନୀଳଗିିରି : ଶିଶୁକନ୍ୟା ଓ ବାପାଙ୍କୁ ହାଣିବା ଅଭିଯୋଗରେ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ହେଲେ ଅଭିଯୁକ୍ତ
  • ||
  • ପୁରୀ : ଭାର୍ଗବୀ ନଦୀରେ ଗାଧୋଇବା ବେଳେ ଭାସିଯାଇ ବୃଦ୍ଧଙ୍କ ମୃତ୍ୟୁ
  • ||
  • ପୁରୀ : ୧୫ବର୍ଷ ପରେ ଚୂଡାନ୍ତ ରାୟ : ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ୨ ଭାଇଙ୍କୁ ଆଜୀବନ କାରାଦଣ୍ଡାଦେଶ
  • ||
  • ଭୁବନେଶ୍ବର : ବିଜେଡିର ମାରାଥନ୍ ମିଶ୍ରଣ ପର୍ବ, ଶଙ୍ଖ ଧରିଲେ ରାୟଗଡା ଜିଲ୍ଲାର ଅନେକ ବରିଷ୍ଠ କଂଗ୍ରେସ ଓ ବିଜେପି ନେତା
  • ||
  • ରାୟଗଡା : ଦେବଦୂତ ସାଜିଲେ ୧୦୮ ଆମୁଲାନ୍ସ କର୍ମଚାରୀ, ପାହାଡିଆ ରାସ୍ତାରେ ଗର୍ଭବତୀ ମହିଳାଙ୍କୁ ବୋହିଲେ ଷ୍ଟ୍ରେଚରରେ
  • ||
  • ଭୁବନେଶ୍ବର : ଗୁମର ଖୋଲିଲେ କି ବିଦ୍ୟାଭାରତୀ ? ଲାଏ ଡିଟେକ୍ସନ ଟେଷ୍ଟରେ ପ୍ରାୟ ୪ ଘଣ୍ଟାରେ ପଚରାଗଲା ୧୦୦ ପ୍ରଶ୍ନ
  • ||
  • କଣ୍ଟାବାଞ୍ଜି : ପାରିବାରିକ କଳହରୁ ସଂଘବଦ୍ଧ ଆକ୍ରମଣ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ନିମାପଡା : ପିପିଲି ଉପନିର୍ବାଚନକୁ ମୁକ୍ତ ଓ ନିରପେକ୍ଷ କରିବା ନେଇ ବିଏସଏଫର ଫ୍ଲାଗ୍ ମାର୍ଚ୍ଚ
  • ||

ଲଞ୍ଚ୍ ହେଲା ସଂସଦ ଟିଭି, ଏହି ସବୁ ପ୍ରସଙ୍ଗରେ ହେବ ପ୍ରସାରଣ, ସଞ୍ଚାଳକ ରହିବେ ବିଶିଷ୍ଟ ବ୍ୟକ୍ତି

15/09/2021 at 9:35 PM

ନୂଆଦିଲ୍ଲୀ ୧୫।୦୯: ବୁଧବାର ଲଞ୍ଚ ହେଲା ସଂସଦ ଟିଭି। ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଏମ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭା ବାଚସ୍ପତି ଓମ ବିର୍ଲା ମିଳିତ ଭାବେ ସଂସଦ ଟିଭି ଲଞ୍ଚ କରିଛନ୍ତି। ଅନ୍ତର୍ଜାତୀୟ ଗଣତନ୍ତ୍ର ଦିବସରେ ସଂସଦ ଟିଭି ଶୁଭାରମ୍ଭ କରାଯାଇଛି।  ଲୋକସଭା ଓ ରାଜ୍ୟସଭା ମିଶି ପ୍ରସ୍ତୁତ ହୋଇଛି ଏହି ସଂସଦ ଟିଭି।

ସେପ୍ଟେମ୍ବର ୧୫ରେ ଶୁଭାରମ୍ଭ ହୋଇଥିବା ଏହି ନୂତନ ଚ୍ୟାନେଲରେ ବରିଷ୍ଠ କଂଗ୍ରେସ ନେତା କର୍ଣ୍ଣ ସିଂହ, ଅର୍ଥଶାସ୍ତ୍ରୀ ବିବେକ ଦବରୟ, ନୀତି ଆୟୋଗ ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଅମିତାଭ କାନ୍ତ ଓ ଓକିଲ ହେମନ୍ତ ବାତ୍ରା ଭିନ୍ନ ଭିନ୍ନ ଶୋର ଉପସ୍ଥାପନା କରିବେ । ଯେତେବେଳେ ସଂସଦ ଅଧିବେଶନ ଆରମ୍ଭ ହେବ ସେହି ସମୟରେ ସଂସଦ ଟିଭିର ଦୁଇଟି ଚ୍ୟାନେଲରେ ଲୋକସଭା ଏବଂ ରାଜ୍ୟସଭାର ଗୃହକାର୍ଯ୍ୟର ପ୍ରସାରଣ କରାଯିବ।

ଏହି ଚ୍ୟାନେଲକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଏବଂ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। କଂଗ୍ରେସର ବରିଷ୍ଠ ନେତା କର୍ଣ୍ଣ ସିଂହ ଧର୍ମ ବିଷୟ ବସ୍ତୁ ଉପରେ କାର୍ଯ୍ୟକ୍ରମ ପ୍ରସ୍ତୁତ କରୁଥିବା ବେଳେ ବିବେକ ଦେବରୟ ଇତିହାସ ଏବଂ ଅମିତାଭ କାନ୍ତ ଭାରତର ପରିବର୍ତ୍ତନ ବିଷୟରେ କାର୍ଯ୍ୟକ୍ରମ ସଂଚାଳିତ କରିବେ। ହେମନ୍ତ ବାତ୍ରା ଆଇନ ସଂପର୍କିତ ବିଷୟରେ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବେ।

ଅର୍ଥ ମନ୍ତ୍ରଣାଳୟର ପ୍ରମୁଖ ପରାମର୍ଶଦାତା ସଞ୍ଜୀବ ସାନ୍ୟାଲ ଅର୍ଥନୀତି ଏବଂ ଏଣ୍ଡୋକ୍ରାଇନୋଲୋଜିର ଜଣାଶୁଣା ଚିକିତ୍ସକ ଅମ୍ବିରଶ ନିଥାୟୀ ସ୍ଵାସ୍ଥ୍ୟ ସମ୍ବନ୍ଧିତ ପ୍ରସଙ୍ଗରେ କାର୍ଯ୍ୟକ୍ରମ ସଞ୍ଚାଳନ କରିବେ। ଭାରତୀୟ ପ୍ରଶାସନିକ ସେବାର ଅବସରପ୍ରାପ୍ତ ଅଧିକାରୀ ତଥା ବୟନ ମନ୍ତ୍ରଣାଳୟର ପୂର୍ବତନ ସଚିବ ରବି କପୁର ସଂସଦ ଟିଭିର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଅଛନ୍ତି । ଅନ୍ୟପଟେ ଲୋକସଭା ସଚିବାଳୟର ଯୁଗ୍ମ ସଚିବ ମନୋଜ ଆରୋରା ଏହାର ବିଶେଷ କାର୍ଯ୍ୟ ଅଧିକାରୀ(ଓଏସଡି) ରହିଛନ୍ତି।

   Related Posts