Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଅଭିନେତ୍ରୀ ସାରା ଅଲୀ ଖାନଙ୍କ ଡ୍ରାଇଭରଙ୍କୁ କରୋନା : ପରିବାରର ସମସ୍ତ ସଦସ୍ୟଙ୍କ ରିପୋର୍ଟ ନେଗେଟିଭ

14/07/2020 at 10:44 AM

ମୁମ୍ବାଇ ୧୪/୭: ଫିଲ୍ମ ଅଭିନେତ୍ରୀ ସାରା ଅଲୀ ଖାନ ସୋମବାର ବିଳମ୍ବିତ ରାତିରେ ଇନଷ୍ଟାଗ୍ରାମରେ ଏକ ମ୍ୟାସେଜ କହିଛନ୍ତି ଯେ ତାଙ୍କ ଡ୍ରାଇଭରର କରୋନା ରିପୋର୍ଟ ପଜିଟିଭ ଆସିଛି। ପରେ ଡ୍ରାଇଭରଙ୍କୁ କ୍ବାରେଣ୍ଟାଇନ୍ ସେଣ୍ଟରକୁ ପଠାଇ ଦିଆଯାଇଛି।

ସାରା ଅଲୀ ଖାନ ମ୍ୟାସେଜରେ ଲେଖିଛନ୍ତି,‘ ସେ ସମସ୍ତଙ୍କୁ କହିବାକୁ ଚାହୁଁଛନ୍ତି ଯେ ଆମ ଡ୍ରାଇଭରର କରୋନା ରିପୋର୍ଟ ପଜିଟିଭ ଆସିଛି। ରିପୋର୍ଟ ମିଳିବା ମାତ୍ରେ ବିଏମସିକୁ ସୂଚନା ଦିଆଯାଇଛି ଏବଂ ପରେ ଡ୍ରାଇଭରକୁ କ୍ବାରେଣ୍ଟାଇନ୍ ସେଣ୍ଟରକୁ ପଠାଇ ଦିଆଯାଇଛି। ସାରା ଅଲୀ ଖାନ୍ ଲେଖିଛନ୍ତି,ତାଙ୍କ ପରିବାର ଲୋକ ଏବଂ ଘରର ସମସ୍ତ ଷ୍ଟାଫଙ୍କ ରିପୋର୍ଟ ନେଗେଟିଭ ଆସିଛି। ସେମାନେ ସମସ୍ତେ ସାବଧାନରେ ରହୁଛନ୍ତି। ବିଏମସି ତରଫରୁ ଦିଆଯାଇଥିବା ଗାଇଡଲାଇନ୍ସ ପାଇଁ ଧନ୍ୟବାଦ।

ଫିଲ୍ମ ଅଭିନେତା ଅମିତାଭ ବଚ୍ଚନ,ଅଭିଷେକ ବଚ୍ଚନ ଏବଂ ତାଙ୍କ ପତ୍ନୀ ଐଶ୍ବର୍ଯ୍ୟା ରାୟ ଏବଂ ତାଙ୍କ ଝିଅ ଆରାଧ୍ୟା କରୋନା ସଂକ୍ରମିତ ଥିବା ଜଣା ପଡ଼ିବା ପରେ ପ୍ରଶଂସକ ନିରାଶ ହୋଇ ଯାଇଛନ୍ତି ଏବଂ ସେମାନଙ୍କ ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ଦେଶର ଅନେକ ଅଞ୍ଚଳରୁ ଏପରି ଖବର ଆସୁଛି ଯେଉଁଠାରେ ତାଙ୍କ ସୁସ୍ଥ ହେବା ପାଇଁ ପୂଜା-ଅର୍ଚ୍ଚନା କରାଯାଉଛି।

   Related Posts